ନୟାଗଡ଼: ନୟାଗଡ଼ ଜିଲ୍ଲା ସଁପଡ଼ା ନିକଟରେ ୫୭ ନମ୍ବର ଜାତୀୟ ରାଜପଥରେ ବୁଧବାର ଏକ ଟାଟା ଏସି ଓ ଅଟୋ ରିକ୍ସା ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ମହିଳା ଓ ଜଣେ ବାଳିକା ଅଛନ୍ତି। ମୃତ ୪ ଜଣଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ତିନି ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ହୋଇଥିଲା। ମୃତକମାନେ ହେଲେ ଆଡ଼ିପଡ଼ାର ଦୁତିକା ମୁଦୁଲି, କମା ମୁଦୁଲି ଓ ଲଳିତା ମୁଦୁଲି ଏବଂ ଖାଲମଡ଼ାର କବି ପ୍ରଧାନ। ଦୁତିକା, କମା ଓ ଲିତା ଗୋଟିଏ ପରିବାରର ହୋଇଥିବା ବେଳେ କବି ହେଉଛନ୍ତି ଅଟୋ ଡ୍ରାଇଭର।
ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିଲା। ଉତ୍ତ୍ୟକ୍ତ ଲୋକେ ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।