Advertisment

ପରୀ ହତ୍ୟା ମାମଲାରେ ନୟାଗଡ଼ IIC ରୀତାରାଣୀ ସାହୁ ସସ୍‌ପେଣ୍ଡ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନୟାଗଡ଼ ଥାନା IIC ରୀତାରାଣୀ ସାହୁ ସସ୍‌ପେଣ୍ଡ କରାଯାଇଥିବା ବେଳେ SDPO ନିରଞ୍ଜନ ପାଢ଼ୀଙ୍କୁ କନ୍ଧମାଳ DSP ଭାବେ ବଦଳି କରାଯାଇଛି। ପରୀ ହତ୍ୟା ଘଟଣାକୁ ନେଇ ବିବାଦରେ ଥିଲେ ଉଭୟ ଅଧିକାରୀ। ପରୀ ମାଆକୁ ଆଇଆଇସି ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଦୁର୍ବ୍ୟବହାର ନେଇ ଅଭିଯୋଗ କରିଥିଲେ ପରୀର ମା। ୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁ […]

ଅଦ୍ୟତନ ହୋଇଛି
ପରୀ ହତ୍ୟା ମାମଲାରେ ନୟାଗଡ଼ IIC ରୀତାରାଣୀ ସାହୁ ସସ୍‌ପେଣ୍ଡ

nayagarh

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନୟାଗଡ଼ ଥାନା IIC ରୀତାରାଣୀ ସାହୁ ସସ୍‌ପେଣ୍ଡ କରାଯାଇଥିବା ବେଳେ SDPO ନିରଞ୍ଜନ ପାଢ଼ୀଙ୍କୁ କନ୍ଧମାଳ DSP ଭାବେ ବଦଳି କରାଯାଇଛି। ପରୀ ହତ୍ୟା ଘଟଣାକୁ ନେଇ ବିବାଦରେ ଥିଲେ ଉଭୟ ଅଧିକାରୀ। ପରୀ ମାଆକୁ ଆଇଆଇସି ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଦୁର୍ବ୍ୟବହାର ନେଇ ଅଭିଯୋଗ କରିଥିଲେ ପରୀର ମା।

Advertisment

୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିର ହାତ ଥିବା ‘ପରୀ’ର ବାପା-ମାଆ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ‘ପରୀ’ର ବାପା-ମାଆଙ୍କୁ ନାନା ହଇରାଣ କରୁଥିଲା। ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରୁନଥିଲା। ଅନ୍ୟପକ୍ଷରେ ପରୀଙ୍କ ମାଆଙ୍କୁ ପୁଲିସ ମାଡ଼ ମାରୁଥିବା ଅଭିଯୋଗ ହୋଇଥିଲା। ଏନେଇ ପରୀଙ୍କ ମାଆ ଅଭିଯୋଗ କରିଥିଲେ।

ପୁଲିସ ପ୍ରଶାସନଠାରୁ ନିରାଶ ହେବା ପରେ ‘ପରୀ’ର ବାପା-ମାଆ ଭୁବନେଶ୍ୱର ଚାଲି ଆସିଥିଲେ। ସେମାନେ ବିଧାନସଭା ସମ୍ମୁଖରେ ଆତ୍ମାହୁତି ଧମକ ଦେଇଥିଲେ। ତମ୍ୱି ତୋଫାନ୍‌ ପରେ ରାଜ୍ୟ ସରକାର ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏବେ ଏହି ମାମଲାର ଏସ୍‌ଆଇଟି ତଦନ୍ତ ଚାଲିଛି।

Advertisment

ଅନ୍ୟପକ୍ଷରେ ମନ୍ତ୍ରିମଣ୍ଡଳରୁ ଅରୁଣ ସାହୁଙ୍କ ବହିଷ୍କାର ଓ ଘଟଣାର ସିବିଆଇ ତଦନ୍ତ ଦାବିରେ ବିଜେପି ନୟାଗଡ଼ରେ ସତ୍ୟାଗ୍ରହ କରୁଥିବା ବେଳେ ଆଜି ‘ପରୀ’ ପରିବାରକୁ ଭେଟିଛନ୍ତି ରାଜ୍ୟ ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ।

ଆଗକୁ ପଢ଼ନ୍ତୁ : ଦିଲ୍ଲୀରେ ଥିବା ଟିଏମସି ଅଫିସ ଓ ସାଂସଦଙ୍କ ଘର ଉପରେ ଆକ୍ରମଣ

Nayagarh Pari Murder Case
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe