ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଦଳିଲେ ନୟାଗଡ଼ ଏସ୍ପି ପ୍ରତ୍ୟୁଷ ଦିବାକର। ପ୍ରତ୍ୟୁଷ ଦିବାକରଙ୍କୁ ଏଆଇଜି ମୁଖ୍ୟାଳୟ ଭାବେ ବଦଳି। ବହୁ ଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ଦୁର୍ବଳ ତଦନ୍ତକୁ ନେଇ ନୟାଗଡ଼ ଏସ୍ପିଙ୍କ ଉପରେ ଅଙ୍ଗୁଳି ଉଠିଥିଲା। ଏସ୍ପିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇ ଆସୁଥିଲା। ତେବେ ଆଜିର ବଦଳି ପାଇଁ କାରଣ ସ୍ପଷ୍ଟ କରାଯାଇ ନଥିଲେ ମଧ୍ୟ ପରୀ ମାମଲାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଚର୍ଚ୍ଚା ହେଉଛି। ସରକାର ନୟାଗଡ ଥାନା ଆଇଆଇସି ରୀନାରାଣୀ ସାହୁଙ୍କୁ ନିଲମ୍ବନ କରିଛନ୍ତି । ସେହିପରି ନୟାଗଡ଼ ଏସଡିପିଓ ନିରଞ୍ଜନ ପାଢୀଙ୍କୁ କନ୍ଧମାଳ ଏସଡିପିଓ ଭାବେ ବଦଳି କରାଯାଇଛି । ପରୀ ମା’ଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ପରେ ଆଇଆଇସି ରୀନାରାଣୀ ସାହୁଙ୍କୁ ନିଲମ୍ବିତ କରାଯାଇଛି । ପରୀ ହତ୍ୟା ମାମଲାରେ ଏବେ ଏସଆଇଟି ତଦନ୍ତ କରୁଥିବା ବେଳେ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।