ପରୀ ହତ୍ୟା ମାମଲାରେ ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ NCPCR

ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (NCPCR) ରିପୋର୍ଟ ତଲବ କରିଛନ୍ତି। ଓଡ଼ିଶା ଟିଭି ଡଟ୍‌ ଇନ୍‌ ଓ ଓଟିଭି ଖବର ଆଧାରରେ ନିଜ ଆଡ଼ୁ ମାମଲା ରୁଜୁ କରି NCPCR ନୋଟିସ୍‌ କରିଛନ୍ତି। ତଦନ୍ତର ଅଗ୍ରଗତି ସହ କିଛି ଦସ୍ତାବିଜ ୧୦ ଦିନ ମଧ୍ୟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୀଡ଼ିତାର ବୟସ ପ୍ରମାଣପତ୍ର, ଏତଲା କପି, ଶବ ବ୍ୟବଚ୍ଛେଦ‌ […]

nayagarh

nayagarh

Manoranjan Sial
  • Published: Monday, 30 November 2020
  • Updated: 30 November 2020, 06:28 PM IST

Sports

Latest News

ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (NCPCR) ରିପୋର୍ଟ ତଲବ କରିଛନ୍ତି। ଓଡ଼ିଶା ଟିଭି ଡଟ୍‌ ଇନ୍‌ ଓ ଓଟିଭି ଖବର ଆଧାରରେ ନିଜ ଆଡ଼ୁ ମାମଲା ରୁଜୁ କରି NCPCR ନୋଟିସ୍‌ କରିଛନ୍ତି। ତଦନ୍ତର ଅଗ୍ରଗତି ସହ କିଛି ଦସ୍ତାବିଜ ୧୦ ଦିନ ମଧ୍ୟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୀଡ଼ିତାର ବୟସ ପ୍ରମାଣପତ୍ର, ଏତଲା କପି, ଶବ ବ୍ୟବଚ୍ଛେଦ‌ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏନ୍‌ସିପିସିଆର। ଅଭିଯୁକ୍ତଙ୍କ ପ୍ରତି କି କାର୍ଯ୍ୟାନୁଷ୍ଠାନ ହୋଇଛି ଜଣାଇବାକୁ ମଧ୍ୟ NCPCR ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ମାମଲାର ସ୍ଥିତି ଏବଂ ଅନ୍ୟାନ୍ୟ କାଗଜାତ ଦାଖଲ କରିବାକୁ ନିର୍ଦ୍ଦେଶରେ କୁହାଯାଇଛି।

ପରୀ ହତ୍ୟା ମାମଲାର ତାତି ଦିଲ୍ଲୀରେ ଦେଖିବାକୁ ମିଳିଥିଲା। ପରୀକୁ ନ୍ୟାୟ ଦେବ ଦାବିରେ ଦିଲ୍ଲୀରେ NCPCRଙ୍କୁ ଭେଟିଛନ୍ତି ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର। ସେ ଏନସିପିସିଆର୍ ଅଧ୍ୟକ୍ଷ ପ୍ରିୟାଙ୍କ କାନୁନଗୋଙ୍କୁ ଭେଟି ସ୍ମାରକପତ୍ର ଦେଇଛନ୍ତି।

ସୂଚନାରୁ ପ୍ରକାଶ, ୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିର ହାତ ଥିବା ‘ପରୀ’ର ବାପା-ମାଆ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ‘ପରୀ’ର ବାପା-ମାଆଙ୍କୁ ନାନା ହଇରାଣ କରୁଥିଲା। ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରୁନଥିଲା। ପୁଲିସ ପ୍ରଶାସନଠାରୁ ନିରାଶ ହେବା ପରେ ‘ପରୀ’ର ବାପା-ମାଆ ଭୁବନେଶ୍ୱର ଚାଲି ଆସିଥିଲେ।

ସେମାନେ ସୁରକ୍ଷା ବଳୟ ଅତିକ୍ରମ କରି ବିଧାନସଭା ସମ୍ମୁଖରେ ଦେହରେ ଡିଜେଲ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପୁଲିସ ସେମାନଙ୍କୁ କାବୁ କରିନେଇଥିଲା। ଏହା ପରେ ଏହି ପ୍ରସଙ୍ଗ ବିଧାନସଭାରେ ଉଠିଥିଲା। ବିରୋଧୀ କଂଗ୍ରେସ ଓ ବିଜେପି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହିତ ମୁଖ୍ୟମନ୍ତ୍ରୀ ଏବଂ ଗୃହରାଷ୍ଟ୍ରମନ୍ତ୍ରୀଙ୍କ ବିବୃତି ଦାବି କରିଥିଲା। ତା’ପର ଦିନ ଗୃହରେ ବିବୃତି ରଖି ‘ପରୀ’କୁ ହତ୍ୟା କରାଯାଇଥିବା ମାନିଥିଲେ ଗୃହରାଷ୍ଟ୍ରମନ୍ତ୍ରୀ। ତେଣୁ ଘଟଣାର କ୍ରାଇବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

ବିଧାନସଭାରେ ହୋହଲ୍ଲା ଦେଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଘଟଣାର ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଅରୁଣ ସାହୁଙ୍କ ଇସ୍ତଫା ଓ ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାକୁ ବିଜେପି ଦାବି କରିଥିଲା। ଯାହାକୁ ନେଇ ଆଜି ମଧ୍ୟ ବିଧାନସଭାରେ ଉତ୍ତେଜନା ଲାଗି ରହିଥିଲା। ଏହାରି ଭିତରେ ପରୀ ହତ୍ୟା ଘଟଣାର SIT ତଦନ୍ତ ପାଇଁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖାଯାଇଥିବା ମନ୍ତ୍ରୀ ଗୃହକୁ ଜଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story