ଖୋର୍ଦ୍ଧା(ବଳରାମ ଲେଙ୍କା): ବେଆଇନ୍ ଘେରି ଓ ଜାଲ ଉଚ୍ଛେଦ ପାଇଁ ଚିଲିକା ଭିତରେ ପଶିଛନ୍ତି ପ୍ରାୟ ୨୦୦୦ ମତ୍ସ୍ୟଜୀବୀ। ନଇରି ଜେଟି ଦେଇ ସେମାନେ ଡଙ୍ଗା ଧରି ଚିଲିକା ଭିତରେ ପଶି ଆନ୍ଦୋଳନ କରୁଛନ୍ତି। ଏହାର ନେତୃତ୍ୱ ନେଇଛି ଚିଲିକା ମତ୍ସ୍ୟଜୀବୀ ମହାସଂଘ।
ଏମାନଙ୍କ ଅଭିଯୋଗ ହେଲା, ଚିଲିକା ଭିତରେ ଘେରି ଓ ଜାଲ୍ ପକାଯିବାରୁ ସାଧାରଣ ମତ୍ସ୍ୟଜୀବୀ ପ୍ରଭାବିତ ହେଉଛନ୍ତି। ସେମାନେ ଠିକରେ ମାଛ ମାରି ପାରୁ ନାହାନ୍ତି। ଏହା ଦ୍ୱାରା ହଜାର ହଜାର ପରିବାରର ପେଟପାଟଣା ପ୍ରଭାବିତ ହେଉଛି।
ତେଣୁ ଘେରି ଭାଙ୍ଗିବାକୁ ଓ ଜାଲ ହଟାଇବାକୁ ଚିଲିକା ଭିତରକୁ ଯାଇଛନ୍ତି ମତ୍ସ୍ୟଜୀବୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।