ଭବାନୀପାଟଣା (ରାଜକୁମାର ସିଂହଦେଓ): ଟଙ୍କା ନେଣଦେଣକୁ ନେଇ ଜଣେ ବ୍ୟକ୍ତିଙ୍କୁ ଠେଙ୍ଗାରେ ପିଟି ପିଟି ମାରିଦେଲା ତାଙ୍କ ପଡ଼ୋଶୀ। ଏଭଳି ଅଭିଯୋଗ ଆସିଛି କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ କେରେଗୁଡ଼ା ଗାଁରୁ। ମୃତକଙ୍କ ନାଁ ସୁଖଦେବ ସା (୪୮)। ତାଙ୍କ ଘର କେରେଗୁଡ଼ା ଗାଁରେ। ଅଭିଯୁକ୍ତର ନାଁ ବିଭୂତି ଦୁରିଆ। ତା’ ଘର ବି ସେହି ଗାଁରେ।
ଅଭିଯୋଗ ଅନୁଯାୟୀ, ଆଜି ଦିନ ପ୍ରାୟ ୧୧ଟା ବେଳେ ଟଙ୍କା ନେଣଦେଣକୁ ନେଇ ସୁଖଦେବ ଓ ତାଙ୍କ ପଡ଼ୋଶୀ ବିଭୂତିଙ୍କ ମଧ୍ୟରେ ପ୍ରଥମେ ବଚସା ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ସୁଖଦେବଙ୍କୁ ଠେଙ୍ଗାରେ ପିଟିପିଟି ଦରମରା କରି ଦେଇଥିଲା ବିଭୂତି। ସୁଖଦେବଙ୍କୁ ଗୁରୁତର ଅବସ୍ଥାରେ ଭବାନୀପାଟଣା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଠେଙ୍ଗାମାଡ଼ରେ ସୁଖଦେବଙ୍କ ମୁଣ୍ଡରୁ ପ୍ରବଳ ରକ୍ତ ସ୍ରାବ ହୋଇଥିଲା।
ସୁଖଦେବଙ୍କୁ ବିଭୂତି ହତ୍ୟା କରିଥିବା ନେଇ ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ୍ ବିଭୂତିକୁ ଗିରଫ କରି ଘଟଣାର ତଦନ୍ତ ଚଳାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।
Politics
ଅଫେରା ପଥରେ ବିଜେପିର ଭେଟ୍ରାନ୍ ଲିଡର ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।