ଭୁବନେଶ୍ୱର: ଭୂକମ୍ପ ବିଧ୍ୱସ୍ତ ନେପାଳରେ ସ୍ଥିତି ସାଂଘାତିକ। ଯୁଦ୍ଧକାଳୀନ ଭିତ୍ତିରେ ରିଲିଫ୍ ଓ ଉଦ୍ଧାର କାମ ଜାରି ରହିଥିଲେ ମଧ୍ୟ ଭୟାବହତା ଦୃଷ୍ଟିରୁ ଏହା ପର୍ଯ୍ୟାପ୍ତ ହେଉ ନାହିଁ। ସେହିପରି ଦୂରଦୂରାନ୍ତ ଅଞ୍ଚଳଗୁଡ଼ିକରେ ଉଦ୍ଧାରକାରୀ ଦଳ ଏବେବି ପହଞ୍ଚି ପାରି ନାହାନ୍ତି। ଅନ୍ୟପକ୍ଷରେ ବିଭିନ୍ନ ଦେଶରୁ ସହାୟତାର ସୁଅ ଅବ୍ୟାହତ ରହିଛି। ଭାରତୀୟ ସେନା ଓ ଏନଡିଆର୍ଏଫ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଓଡ଼ିଶା ସରକାର ମଧ୍ୟ ନେପାଳ ପାଇଁ ସହାୟତାର ହାତ ବଢ଼ାଇଛନ୍ତି। ଓଡ଼ିଶା ସରକାରଙ୍କ ପକ୍ଷରୁ ଆଜି ନେପାଳ ପାଇଁ ୫ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ସେହିପରି ଉଦ୍ଧାର କାର୍ଯ୍ୟରେ ସହାୟତା କରିବା ଲାଗି ଓସଡମାର ୩ ଜଣ ବରିଷ୍ଠ ଅଧିକାରୀଙ୍କୁ ନେପାଳ ପଠାଯିବ ବୋଲି ନବୀନ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।