ବିଜେପି ବିଧାୟକ ପ୍ରାର୍ଥୀଙ୍କ ଭଣଜାଙ୍କୁ ଆକ୍ରମଣ

ଭଞ୍ଜନଗର(ପ୍ରଦୀପ କୁମାର ସ୍ୱାଇଁ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଦ୍ୟୁମ୍ନ ନାୟକଙ୍କ ଭଣଜାଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରିଛନ୍ତି। ତାଙ୍କ ନାଁ ଅଜିତ୍‌ ପ୍ରଧାନ। ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି। ତାଙ୍କୁ ପ୍ରଥମେ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁରକୁ ସ୍ଥାନ୍ତାନ୍ତର କରାଯାଇଛି। ଗତକାଲି କୁଲାଡ଼ାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟକ୍ରମ ଥିଲା। ଏହାକୁ ନେଇ ବିଜେପି ଓ ବିଜେଡି […]

rrrrrrrrrnnnnnnnnnnnnnnnnn

rrrrrrrrrnnnnnnnnnnnnnnnnn

Tapaswini Nayak
  • Published: Thursday, 11 April 2019
  • Updated: 11 April 2019, 10:13 AM IST

ଭଞ୍ଜନଗର(ପ୍ରଦୀପ କୁମାର ସ୍ୱାଇଁ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଦ୍ୟୁମ୍ନ ନାୟକଙ୍କ ଭଣଜାଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରିଛନ୍ତି। ତାଙ୍କ ନାଁ ଅଜିତ୍‌ ପ୍ରଧାନ। ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି। ତାଙ୍କୁ ପ୍ରଥମେ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁରକୁ ସ୍ଥାନ୍ତାନ୍ତର କରାଯାଇଛି।

ଗତକାଲି କୁଲାଡ଼ାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟକ୍ରମ ଥିଲା। ଏହାକୁ ନେଇ ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ବଚସା ହୋଇଥିଲା। ତେବେ ରାତିରେ ତୁରୁମୁ ଗାଁରେ କିଛି ଲୋକ ଅଜିତଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ବିଜେପି ବିଧାୟକ ପ୍ରାର୍ଥୀ ପ୍ରଦ୍ୟୁମ୍ନ ନାୟକ ଅଭିଯୋଗ କରିଛନ୍ତି ଯେ, ବିଜେଡି ବିଧାୟକ ପ୍ରାର୍ଥୀ ବିକ୍ରମ ଆରୁଖଙ୍କ ଇଙ୍ଗିତରେ କୁଡୁମ୍ ଗାଁର ସରପଞ୍ଚ ଟୁଟୁ ପ୍ରଧାନ ଏହି ଆକ୍ରମଣ କରିଛନ୍ତି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos