ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ବାହାରିଛନ୍ତି ୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ ୪ ଜଣ ହୋମ୍ କ୍ୱାରେଣ୍ଟିନରେ ଥିବା ବେଳେ ଆଉ ଜଣେ ଆକ୍ରାନ୍ତ ଗଜପତି ନଗରର ଲୋକାଲ୍ କେସ୍ ବୋଲି ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ବାହାରିଲେଣି ୮୬ ଆକ୍ରାନ୍ତ। ଏହା ମଧ୍ୟରେ ୫୧ ସୁସ୍ଥ ହୋଇଥିବା ବେଳେ ୩୨ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ୩ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ BMC ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁଦ୍ଧା ରାଜ୍ୟରେ ୨୭୮୧ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୦୬୫ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ରହିଛନ୍ତି। ସେମାନଙ୍କ ରକ୍ତ ଓ ସ୍ୱାବ୍ ଟେଷ୍ଟ ପାଇଁ ସଂଗ୍ରହ କରାଯାଇଥିବା ଜଣାପଡ଼ିଛି।
https://twitter.com/bmcbbsr/status/1269240864896954369?s=20
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।