Advertisment

ଚିହ୍ନଟ ହେଲେ ୬୭ ଆକ୍ରାନ୍ତ ; ୧୬୬୦ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮୧୨ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଅବଶିଷ୍ଟ ୮୪୧ ଜଣ ଚିକିତ୍ସାଧୀନ ଅଛନ୍ତି। ନୂଆ ଚିହ୍ନଟ ହୋଇଥିବା ୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୬୫ଜଣ କ୍ୱାରେଣ୍ଟିନ୍ କେନ୍ଦ୍ରର ଥିଲେ। ୨ଜଣ ଲୋକାଲ୍ […]

ଅଦ୍ୟତନ ହୋଇଛି
ଚିହ୍ନଟ ହେଲେ ୬୭ ଆକ୍ରାନ୍ତ ; ୧୬୬୦ରେ ପହଞ୍ଚିଲା ସଂଖ୍ୟା

corona1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮୧୨ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଅବଶିଷ୍ଟ ୮୪୧ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment

ନୂଆ ଚିହ୍ନଟ ହୋଇଥିବା ୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୬୫ଜଣ କ୍ୱାରେଣ୍ଟିନ୍ କେନ୍ଦ୍ରର ଥିଲେ। ୨ଜଣ ଲୋକାଲ୍ କେସ୍ ବୋଲି ଜଣାପଡ଼ିଛି।

୧୦ଟି ଜିଲ୍ଲାରୁ ଏହି ୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁର ଓ ଖୋର୍ଦ୍ଧାରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ନୟାଗଡ଼ ଜିଲ୍ଲାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୪ ଜଣ, ବଲାଙ୍ଗିର, ଜଗତସିଂହପୁର ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ ଓ କେନ୍ଦୁଝର ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment
Coronavirus Cases Corona In Odisha Coronavirus
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe