ବଲାଙ୍ଗିର/ବରଗଡ଼ (ଓଡ଼ିଶା ରିପୋର୍ଟର): ରାଜ୍ୟରେ ନୂଆ ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବଲାଙ୍ଗିର ଜିଲ୍ଲାରେ ୭ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ ଜିଲ୍ଲାରେ ଜଣେ ଚିହ୍ନଟ ହୋଇଛନ୍ତି। ବରଗଡ଼ ଜିଲ୍ଲାକୁ ପ୍ରଥମ ଥର ପାଇଁ କରୋନା ଛୁଇଁଥିବା ବେଳେ କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୭କୁ ବୃଦ୍ଧି ପାଇଛି।
ବଲାଙ୍ଗିର ଜିଲ୍ଲାର ଆକ୍ରାନ୍ତଙ୍କ ମଧ୍ୟରୁ ଆଗଲପୁର ଓ ସଇଁତଳା ବ୍ଲକରୁ ୨ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଲୋଇସିଂହା, ବଙ୍ଗୋମୁଣ୍ଡା ଓ ମୁରିବାହାଲ ବ୍ଲକରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ସୂଚନା ଦେଇଛନ୍ତି। ଫଳରେ ଜିଲ୍ଲାରେ ପଜିଟିଭ ସଂଖ୍ୟା ୧୬ରେ ପହଞ୍ଚିଛି।
ଆକ୍ରାନ୍ତ ୭ ଜଣ ପୁରୁଷ ଓ ସମସ୍ତେ ବାହାର ରାଜ୍ୟରୁ ଫେରି କ୍ୱାରେଣ୍ଟାଇନ୍ କେନ୍ଦ୍ରରେ ଥିଲେ। ସେଠାରେ ସ୍ୱାବ ଟେଷ୍ଟ ପରେ ସେମାନେ କରୋନାରେ ଆକ୍ରାନ୍ତ ବୋଲି ସ୍ପଷ୍ଟ ହୋଇଛି।
ବରଗଡ଼ ଜିଲ୍ଲାରେ ପ୍ରଥମ ଥର ପାଇଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆକ୍ରାନ୍ତ ଜଣଙ୍କ ହୋମ୍ କ୍ୱାରେଣ୍ଟାଇନ୍ରେ ଥିଲେ। ଜିଲ୍ଲା ଲୋକ ସଂପର୍କ ଅଧିକାରୀ କଲ୍ୟାଣୀ ଦାସ ଏହି ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।