ରାଜ୍ୟରେ ଚିହ୍ନଟ ହେଲେ ୧୫୨୮ କରୋନା ଆକ୍ରାନ୍ତ-Corona Report of Odisha

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ  ଆଉ ୧୫୨୮  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୪୮  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୫୮୦ଟି ହେଉଛି ଲୋକାଲ୍ କେସ୍‌। ୨୯ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଏହି ୧୫୨୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୩୩ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୧୮, ସମ୍ବଲପୁରରୁ ୧୬୮, ସୁନ୍ଦରଗଡ଼ରୁ ୧୨୬ ଓ […]

corrona-4

corrona-4

Niharika Rout
  • Published: Monday, 10 August 2020
  • Updated: 10 August 2020, 12:48 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ  ଆଉ ୧୫୨୮  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୪୮  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୫୮୦ଟି ହେଉଛି ଲୋକାଲ୍ କେସ୍‌।

୨୯ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଏହି ୧୫୨୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୩୩ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୧୮, ସମ୍ବଲପୁରରୁ ୧୬୮, ସୁନ୍ଦରଗଡ଼ରୁ ୧୨୬ ଓ ଢେଙ୍କାନାଳରୁ ୧୦୭ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି  କଟକରୁ ୭୨, ଭଦ୍ରକରୁ ୭୦, କୋରାପୁଟରୁ ୬୭, ବଲାଙ୍ଗିରରୁ ୫୯, ବାଲେଶ୍ୱରରୁ ୪୩ , ମାଲକାନଗିରି- ୩୮, ଯାଜପୁରରୁ  ୩୩, ନୟାଗଡ଼ରୁ ୩୨,ଗଜପତିରୁ  ୩୧, କଳାହାଣ୍ଡି, ୩୧, ରାୟଗଡ଼ାରୁ ୨୭, ପୁରୀରୁ ୨୬, ନବରଙ୍ଗପୁରରୁ ୨୩, ଜଗତସିଂହପୁର ୨୨, ମୟୂରଭଞ୍ଜରୁ ୨୨ ,କନ୍ଧମାଳ ଓ କେନ୍ଦ୍ରାପଡ଼ାରୁ ୧୭ ଲେଖାଏଁ, ବରଗଡ଼ରୁ ୧୦,ଝାରସୁଗୁଡ଼ାରୁ ୯, ଅନୁଗୋଳରୁ ୮ ,ବୌଦ୍ଧରୁ ୭,  କେନ୍ଦୁଝର ଓ ସୋନପୁର ଜିଲ୍ଲାରୁ ୫ ଲେଖାଏଁ, ଓ  ନୂଆପଡ଼ା ଜିଲ୍ଲାରୁ  ୨ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭,୪୫୫ରେ ପହଞ୍ଚିଥିବା ବେଳେ ୩୧,୭୮୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୫,୩୩୪ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଆଉ ୧୪ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି ପାଇଛି। ସେହିଭଳି ଆହୁରି ୫୧ ଜଣ କରୋନା ଆକ୍ରାନ୍ତଙ୍କର ବି ମୃତ୍ୟୁ ଘଟିଛି। ତେବେ କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ଘଟିନାହିଁ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos