ରାଜ୍ୟରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ଯୋଗୁ ରାଜ୍ୟରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୭୬୭ରେ ପହଞ୍ଚି ଯାଇଛି। ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ପୁରୀ ୩ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ରାୟଗଡ଼ା, କେନ୍ଦ୍ରାପଡ଼ା ଓ […]

corona-1

Niharika Rout
  • Published: Friday, 25 September 2020
  • , Updated: 25 September 2020, 11:28 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ଯୋଗୁ ରାଜ୍ୟରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୭୬୭ରେ ପହଞ୍ଚି ଯାଇଛି।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ପୁରୀ ୩ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ରାୟଗଡ଼ା, କେନ୍ଦ୍ରାପଡ଼ା ଓ କନ୍ଧମାଳ,  କଟକ, ବଲାଙ୍ଗିର ଓ ଅନୁଗୁଳରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି।

Related story