ରାଜ୍ୟରେ କରୋନା ନେଲା ୧୨ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୨ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। କରୋନା ଯୋଗୁ ଆଖି ବୁଜିଥିବା ୧୨ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲା ଓ ସୁନ୍ଦରଗଡ଼ ଜିଲ୍ଲାରୁ  ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରଥମ କରୋନାଜନିତ ମୃତ୍ୟୁ ହୋଇଛି। ଏହାବାଦ […]

corona-v-6

corona-v-6

Niharika Rout
  • Published: Friday, 07 August 2020
  • Updated: 07 August 2020, 11:34 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୨ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

କରୋନା ଯୋଗୁ ଆଖି ବୁଜିଥିବା ୧୨ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲା ଓ ସୁନ୍ଦରଗଡ଼ ଜିଲ୍ଲାରୁ  ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରଥମ କରୋନାଜନିତ ମୃତ୍ୟୁ ହୋଇଛି। ଏହାବାଦ ଗଜପତି,  ଭଦ୍ରକ, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୩ ଛୁଇଁଥିବା ବେଳେ ସୁନ୍ଦରଗଡ଼ରେ ୧୬, ଗଜପତିରେ ୧୫, କେନ୍ଦ୍ରାପଡ଼ାରେ ୩, ସମ୍ବଲପୁରରେ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos