ରାଜ୍ୟରେ କରୋନାରେ ଆଖି ବୁଜିଲେ ୮ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ମହାମାରୀ ଯୋଗୁ ଆଉ ୮ ଜଣଙ୍କ ଜୀବନ ଯାଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। କରୋନା ଯୋଗୁ ଆଖି ବୁଜିଥିବା ୮ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ କେବଳ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା, ପୁରୀ, କଟକ ଓ ଢେଙ୍କାନାଳ ଜିଲ୍ଲାରେ ଜଣେ ଲେଖା ଆକ୍ରାନ୍ତ ଆଖି […]

coorna-11

Niharika Rout
  • Published: Thursday, 20 August 2020
  • , Updated: 20 August 2020, 11:29 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ମହାମାରୀ ଯୋଗୁ ଆଉ ୮ ଜଣଙ୍କ ଜୀବନ ଯାଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

କରୋନା ଯୋଗୁ ଆଖି ବୁଜିଥିବା ୮ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ କେବଳ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା, ପୁରୀ, କଟକ ଓ ଢେଙ୍କାନାଳ ଜିଲ୍ଲାରେ ଜଣେ ଲେଖା ଆକ୍ରାନ୍ତ ଆଖି ବୁଜିଥିବା ଜଣାଯାଇଛି।

Related story