ରାଜ୍ୟରେ ଆଖି ବୁଜିଲେ ଆଉ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୦ କରୋନା  ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୧୯ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। 2.A 70-year old male of Ganjam district who was also suffering from Dialated Cardiomyopathy, Diabetes mellitus. 3. A 68-year old female of Ganjam district who […]

corona-vvirus

corona-vvirus

Niharika Rout
  • Published: Monday, 24 August 2020
  • Updated: 24 August 2020, 01:30 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୦ କରୋନା  ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୧୯ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।


ଏହି ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୫ ଜଣ ଅଛନ୍ତି। ଏହା ସହିତ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୯ରେ ପହଞ୍ଚିଯାଇଛି। ସେହିପରି ସୁନ୍ଦରଗଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକ, ନୟାଗଡ଼ ଓ ରାୟଗଡ଼ାରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।


ସୁନ୍ଦରଗଡ଼ରେ ମୃତ୍ୟୁ ସଂଖ୍ୟା ୨୮ରେ ପହଞ୍ଚିଥିବା ବେଳେ କଟକରେ ୨୫, ନୟାଗଡ଼ରେ ୧୨ ଓ ରାୟଗଡ଼ାରେ ୨୧ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୧,୪୭୯ରେ ପହଞ୍ଚିଥିବା ବେଳେ ୫୪,୪୦୫ ଜଣ ସୁସ୍ଥ ହୋଇସାରିଛନ୍ତି। ବାକି ୨୬,୬୦୨ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଅନ୍ୟାନ୍ୟ କାରଣରୁ ୫୩ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos