Advertisment

ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ , ମୋଟ ସଂଖ୍ୟା ୧୧୮ ଛୁଇଁଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୪ ଓ ଭଦ୍ରକ ଜିଲ୍ଲାରୁ ୩ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍‌ରେ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି। ଭଦ୍ରକର ୩  ଆକ୍ରାନ୍ତଙ୍କ ସମ୍ପର୍କରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।  ସେମାନଙ୍କ ମଧ୍ୟରୁ ୨ ଜଣ ବାସୁଦେବପୁର ବ୍ଲକର ହୋଇଥିବା […]

author-image
Niharika Rout
ଅଦ୍ୟତନ ହୋଇଛି
ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ , ମୋଟ ସଂଖ୍ୟା ୧୧୮ ଛୁଇଁଲା

covid-1--1

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୪ ଓ ଭଦ୍ରକ ଜିଲ୍ଲାରୁ ୩ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍‌ରେ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି।

Advertisment

ଭଦ୍ରକର ୩  ଆକ୍ରାନ୍ତଙ୍କ ସମ୍ପର୍କରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।  ସେମାନଙ୍କ ମଧ୍ୟରୁ ୨ ଜଣ ବାସୁଦେବପୁର ବ୍ଲକର ହୋଇଥିବା ବେଳେ ଆଉ ଜଣେ ବନ୍ତ ବ୍ଲକର। ସମସ୍ତ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ସେମାନଙ୍କର ପଶ୍ଚିମବଙ୍ଗ ଲିଙ୍କ୍ ଥିବା ସୂଚନା ମିଳିଛି। ସେମାନଙ୍କ ବୟସ ଯଥାକ୍ରମେ ୪୫, ୨୮ ଓ ୨୯ ବର୍ଷ ।  

ଅପରପକ୍ଷେ ରାଉରକେଲାର ୪ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ମହିଳା ଓ ୨ଜଣ ପୁରୁଷ ଅଛନ୍ତି। ୨ ମହିଳାଙ୍କ ବୟସ ଯଥାକ୍ରମେ ୫୫ ଓ ୩୫ ବର୍ଷ ହୋଇଥିବା ବେଳେ ୨ ପୁରୁଷଙ୍କ ବୟସ ୩୮ ଓ ୨୭ ବର୍ଷ ବୋଲି ଜଣାପଡ଼ିଛି। ଏ ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଥିବା ବେଳେ ଭଦ୍ରକରେ ୧୯କୁ ବୃଦ୍ଧି ପାଇଛି।  ଗତ କିଛି ଦିନ ହେବ ଯାଜପୁର, ବାଲେଶ୍ୱର, ଭଦ୍ରକ ଓ ସୁନ୍ଦରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଥିବା ବେଳେ ଏହାକୁ ନିୟନ୍ତ୍ରଣକୁ ଆଣିବାକୁ ରାଜ୍ୟ ସରକାର କି ପଦକ୍ଷେପ ନେବାକୁ ଯୋଜନା କରୁଛନ୍ତି, ତାହା ଆଗକୁ ଜଣାପଡ଼ିବ।

‘କରୋନା’ରେ ଆଜି ସୁଦ୍ଧା ୧୧୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ  ୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ୮୦ ଜଣ ଚିକିତ୍ସାଧୀନ ରହିଛନ୍ତି।

ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ଫେରନ୍ତା ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ପ୍ରତିଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ୍ ଥିବା ଦେଖିବାକୁ ମିଳୁଛି। ତେବେ ଯେତେ ଶୀଘ୍ର ସମ୍ଭବ ସେମାନଙ୍କୁ ଚିହ୍ନଟ କରି କ୍ୱାରେଣ୍ଟାଇନ୍‌ରେ ରଖିବାକୁ ଜିଲ୍ଲାପାଳମାନଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।