coronavvrus--1
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୪୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ଅବଶିଷ୍ଟ ୬୧୭ଟି ହେଉଛି ଲୋକାଲ୍ କେସ୍।
ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ଚିହ୍ନଟ ହୋଇଥିବାବେଳେ କଟକ ୧୨୬,ସୁନ୍ଦରଗଡରେ ୧୧୨ ଓ ଜଗତସିଂହପୁରରୁ ୭୬ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୦,୧୧୬ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୭୩୮୩୮ ସୁସ୍ଥ ହୋଇସାରିଲେଣି। ୧୪୯୦୫ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାବତ୍ ୧୩୨୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/10/coronavvrus-1.jpg)