Advertisment

ରାଜ୍ୟରେ ଚିହ୍ନଟ ହେଲେ ୪୮୦ ଆକ୍ରାନ୍ତ, ପୁଣି ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା କୋପ ଦିନକୁ ଦିନ କମୁଥିବା ବେଳେ ନୂଆ ୪୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୨୭୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୦୪ ହେଉଛି ଲୋକାଲ୍ କେସ୍‌।  ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।   କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ତାଲିକାରେ ପୁଣି ଥରେ ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା। ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ […]

ଅଦ୍ୟତନ ହୋଇଛି
ରାଜ୍ୟରେ ଚିହ୍ନଟ ହେଲେ ୪୮୦ ଆକ୍ରାନ୍ତ, ପୁଣି ଆଗରେ ଖୋର୍ଦ୍ଧା

ccoronavvirus

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା କୋପ ଦିନକୁ ଦିନ କମୁଥିବା ବେଳେ ନୂଆ ୪୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୨୭୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୦୪ ହେଉଛି ଲୋକାଲ୍ କେସ୍‌।  ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  

Advertisment

କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ତାଲିକାରେ ପୁଣି ଥରେ ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା। ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଉପରେ ରହିଛି। ଏହି ଜିଲ୍ଲାରୁ ୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଅନ୍ୟ ସବୁ ଜିଲ୍ଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ତଳେ ରହିଛି।

ଅନୁଗୁଳରୁ ୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୩୬, କଟକରୁ ୩୫, ସୁନ୍ଦରଗଡ଼ରୁ ୩୧ ଓ ବରଗଡ଼ରୁ ୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଭଦ୍ରକ ଜିଲ୍ଲାରୁ ସର୍ବନିମ୍ନ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୫୮୩ରେ ପହଞ୍ଚିଥିବା ବେଳେ ୫୦୪୬ ହେଉଛି ଆକ୍ଟିଭ କେସ୍‌।  ରାଜ୍ୟରେ ୩,୧୨, ୭୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ସାରିଲେଣି।

ଅଧିକ ପଢନ୍ତୁ :  ପରମ୍ପରା ବାଡ଼ ଭାଙ୍ଗି ବାପାଙ୍କ ଶବକୁ କାନ୍ଧ ଦେଲେ ୪ ଝିଅ

Corona Death Corona Death In Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe