୨୧ରୁ କାଳିଆ ଦର୍ଶନ ପାଇଁ ନୂଆ ଗାଇଡଲାଇନ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ମାମଲା ହ୍ରାସ ପରେ ଭକ୍ତଙ୍କ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରରେ କଟକଣାମୁକ୍ତ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପଦକ୍ଷେପ ନେଇଛନ୍ତି । ଏଣିକି ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ କୋଭିଡ୍ ଟିକା ପ୍ରମାଣପତ୍ରର ଆବଶ୍ୟକତା ନଥିବାବେଳେ କେବଳ ମନ୍ଦିର ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ । ଏହାସହିତ ବରିଷ୍ଠ ନାଗରିକଙ୍କ ନିମନ୍ତେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ଧାଡ଼ିର ବ୍ୟବସ୍ଥା ରହିବ ଓ ସମସ୍ତ ଶ୍ରଦ୍ଧାଳୁଙ୍କ ନିମନ୍ତେ […]

puri

Ordigital Desk
  • Published: Thursday, 17 February 2022
  • , Updated: 17 February 2022, 10:04 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ମାମଲା ହ୍ରାସ ପରେ ଭକ୍ତଙ୍କ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରରେ କଟକଣାମୁକ୍ତ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପଦକ୍ଷେପ ନେଇଛନ୍ତି । ଏଣିକି ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ କୋଭିଡ୍ ଟିକା ପ୍ରମାଣପତ୍ରର ଆବଶ୍ୟକତା ନଥିବାବେଳେ କେବଳ ମନ୍ଦିର ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ । ଏହାସହିତ ବରିଷ୍ଠ ନାଗରିକଙ୍କ ନିମନ୍ତେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ଧାଡ଼ିର ବ୍ୟବସ୍ଥା ରହିବ ଓ ସମସ୍ତ ଶ୍ରଦ୍ଧାଳୁଙ୍କ ନିମନ୍ତେ ପାନୀୟ ଜଳର ବନ୍ଦୋବସ୍ତ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି । ଏହି ନୂଆ ଗାଇଡଲାଇନ୍ ଆସନ୍ତା ୨୧ତାରିଖରୁ କାର୍ଯ୍ୟକ୍ଷମ ହେବ ।

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଦ୍ୱାରା ଜାରି ଏସଓପି ଅନୁସାରେ, ଶ୍ରୀମନ୍ଦିର ଭିତରକୁ ପ୍ରବେଶ ପାଇଁ ଏଣିକି ଆଉ କୋଭିଡ୍ ଟିକା ସାର୍ଟଫିକେଟ୍ କିମ୍ବା ନେଗେଟିଭ ସାର୍ଟିଫିକେଟର ଆବଶ୍ୟକତା ନାହିଁ । ତେବେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ଭଳି କୋଭିଡ୍ ନିୟମକୁ ମାନିବା ପାଇଁ ଶ୍ରଦ୍ଧାଳୁଙ୍କୁ ପରାମର୍ଶ ଦିଆଯାଇଛି । ସର୍ବସାଧାରଣଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ସକାଳ ୬ରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ । ସାନିଟାଇଜେସନ୍ ପାଇଁ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁଙ୍କ ନିମନ୍ତେ ବନ୍ଦ ରଖାଯିବ । ମହାପ୍ରଭୁଙ୍କ ଦର୍ଶନ ପାଇଁ ବରିଷ୍ଠ ନାଗରିକଙ୍କ ନିମନ୍ତେ ଏକ ସ୍ୱତନ୍ତ୍ର ଧାଡ଼ି ବ୍ୟବସ୍ଥା ରହିବ । ଅନ୍ୟ ଶ୍ରଦ୍ଧାଳୁଙ୍କ ପାଇଁ ଉଦ୍ଦିଷ୍ଟ ଧାଡ଼ି ତୁଳନାରେ ଏହି ବରିଷ୍ଠ ନାଗରିକଙ୍କୁ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ପ୍ରାଥମିକତା ମିଳିବ । ଏନେଇ ଖୁବଶୀଘ୍ର ଏକ ସ୍ୱତନ୍ତ୍ର ଗାଇଡଲାଇନ୍ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହେବ ।

ଏସବୁ ବ୍ୟତୀତ ଶ୍ରୀମନ୍ଦିରକୁ ପ୍ରବେଶ ପାଇଁ ଶ୍ରଦ୍ଧାଳୁମାନେ ଦୀର୍ଘ ସମୟ ଧରି ଧାଡ଼ିରେ ଛିଡ଼ା ହେଉଥିବାରୁ ସେମାନଙ୍କ ନିମନ୍ତେ ପାନୀୟ ଜଳର ବନ୍ଦୋବସ୍ତ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ଏସଓପିରେ ଉଲ୍ଲେଖ ରହିଛି ।

Related story