Advertisment

ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ଆଇନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଆଇନ ଢାଞ୍ଚାରେ ଶ୍ରୀଲିଙ୍ଗରାଜ ମନ୍ଦିରର ପରିଚାଳନା ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ଆଇନ ଖୁବଶୀଘ୍ର ପ୍ରଣୟନ କରିବା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଶ୍ରୀଲିଙ୍ଗରାଜ ମନ୍ଦିର ପୁରୀର ଶ୍ରୀମନ୍ଦିର ସହ ସମସାମୟିକ ହୋଇଥିବାରୁ ଏପରି ଆଇନ ପ୍ରଣୟନର ଆବଶ୍ୟକତା ମଧ୍ୟ ରହିଥିବା ସରକାର କହିଛନ୍ତି। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଶ୍ରୀଲିଙ୍ଗରାଜ ମନ୍ଦିର ପରିଚାଳନା ପ୍ରସଙ୍ଗରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। […]

ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ଆଇନ

new-rule-will-be-implemented-in-lingaraj-temple

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଆଇନ ଢାଞ୍ଚାରେ ଶ୍ରୀଲିଙ୍ଗରାଜ ମନ୍ଦିରର ପରିଚାଳନା ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ଆଇନ ଖୁବଶୀଘ୍ର ପ୍ରଣୟନ କରିବା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଶ୍ରୀଲିଙ୍ଗରାଜ ମନ୍ଦିର ପୁରୀର ଶ୍ରୀମନ୍ଦିର ସହ ସମସାମୟିକ ହୋଇଥିବାରୁ ଏପରି ଆଇନ ପ୍ରଣୟନର ଆବଶ୍ୟକତା ମଧ୍ୟ ରହିଥିବା ସରକାର କହିଛନ୍ତି।

Advertisment

ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଶ୍ରୀଲିଙ୍ଗରାଜ ମନ୍ଦିର ପରିଚାଳନା ପ୍ରସଙ୍ଗରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡର ପୁନର୍ଗଠନ କରିବା, ଆଇନ ପ୍ରସ୍ତୁତି ପାଇଁ ଟ୍ରଷ୍ଟବୋର୍ଡ ଆଇନ ବିଭାଗକୁ ଦେବୋତ୍ତର କମିଶନଙ୍କ ମାଧ୍ୟମରେ ପ୍ରସ୍ତାବ ଦିଆଯିବ। ମନ୍ଦିର ଆଇନ ପ୍ରସ୍ତୁତି ସମ୍ବନ୍ଧରେ ଅଭିଜ୍ଞତା ଥିବା ଆଇନଜ୍ଞମାନଙ୍କୁ ନେଇ ଏକ କମିଟି ଗଠନ କରିବାକୁ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି।

ଲିଙ୍ଗରାଜ ମନ୍ଦିର ଚାରିପଟୁ ଜବରଦଖଲ ଉଚ୍ଛେଦ, ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ରକ୍ଷଣାବେକ୍ଷଣ, ମାର୍କେଟ କମ୍ପେ୍ଲକ୍ସ ସମସ୍ୟାର ସମାଧାନ, ଦେବୀ ପାଦହରା ପୋଖରୀର ଉନ୍ନୟନ ପାଇଁ ସବିଶେଷ ପ୍ରକଳ୍ପ ବିବରଣୀ ପ୍ରସ୍ତୁତ ହୋଇସାରିଥିବା ଆଇନ ବିଭାଗ କହିଛି।

Advertisment

ଏହା ସହିତ ଘଟଗାଁ ତାରିଣୀ ମନ୍ଦିର କମିଟି ଓ ରେମୁଣା କ୍ଷୀରଚୋରା ଗୋପୀନାଥ ମନ୍ଦିର ଟ୍ରଷ୍ଟ ବୋର୍ଡର ପୁନର୍ଗଠନ ଓ ବିଭିନ୍ନ ସମସ୍ୟା ସମ୍ପର୍କରେ ଦେବୋତ୍ତର ବିଭାଗ ତଦନ୍ତ କରିବା ପାଇଁ ଆଜିର ବୈଠକରେ ମଧ୍ୟ ନିଷ୍ପତ୍ତି ହୋଇଛି।

ଏହି ବୈଠକରେ ମନ୍ତ୍ରୀ ତଥା ଏକାମ୍ର ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ବଦ୍ରିନାରାୟଣ ପାତ୍ର, ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କ ସମେତ ଆଇନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe