ଭୁବନେଶ୍ୱରରୁ ୧୬୬ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୬୮ ଲୋକାଲ୍‌ କେସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜଧାନୀ ଭୁବନେଶ୍ୱରରୁ ୧୬୬ କରୋନା ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୯୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୬୮ ଲୋକାଲ୍‌ କେସ୍‌ ଅଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୧୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଆଜି ସାଲିଆସାହିରୁ ଆଉ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଗୋଟିଏ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ୧୪ ସଂକ୍ରମିତ ଚିହ୍ନଟ। ଏହାଛଡ଼ା ୟୁନିଟ୍-୯ରୁ ୫, ଆଇଆର୍‌ସି ଭିଲେଜରୁ ୪; ଶୈଳେଶ୍ରୀ ବିହାର, […]

bmc

Manoranjan Sial
  • Published: Sunday, 09 August 2020
  • , Updated: 09 August 2020, 06:05 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜଧାନୀ ଭୁବନେଶ୍ୱରରୁ ୧୬୬ କରୋନା ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୯୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୬୮ ଲୋକାଲ୍‌ କେସ୍‌ ଅଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୧୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

ଆଜି ସାଲିଆସାହିରୁ ଆଉ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଗୋଟିଏ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ୧୪ ସଂକ୍ରମିତ ଚିହ୍ନଟ। ଏହାଛଡ଼ା ୟୁନିଟ୍-୯ରୁ ୫, ଆଇଆର୍‌ସି ଭିଲେଜରୁ ୪; ଶୈଳେଶ୍ରୀ ବିହାର, ଗଙ୍ଗନଗର ଓ ରିଜର୍ଭ ପୁଲିସ କଲୋନୀରୁ ୩ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

https://twitter.com/bmcbbsr/status/1292434910704046081?s=20

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ୩୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୪୭୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୪୩୫ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି। କରୋନା ଆକ୍ରାନ୍ତ ଚିହ୍ନଟ ଅଞ୍ଚଳକୁ ସାନିଟାଇଜ୍‌ କରାଯାଉଛି।

Related story