ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୧୪୮ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୯୯ ଲୋକାଲ କେସ୍। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ୍ କରିଛି। ଆଜି ଆଉ ୧୦୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
https://twitter.com/bmcbbsr/status/1294246043110973440?s=20
ୟୁନିଟ-୬ ଅଞ୍ଚଳରୁ ୧୧, ଶୁକ ବିହାର ଅଞ୍ଚଳରୁ ୧୧, ବମିଖାଲରୁ ୮, ନୟାପଲ୍ଲୀର ଏକ ହୋଟେଲର ୬ କର୍ମଚାରୀ, ରିଜର୍ଭ ପୁଲିସ କଲୋନିରୁ ୬, ଆଚାର୍ଯ୍ୟ ବିହାର ସାଇନ୍ସ ପାର୍କ ବସ୍ତିରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ବିଏମ୍ସି ଅଞ୍ଚଳରୁ ୪୮୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୧୧୮ ଜଣ ଅରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୬୯୫ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଞ୍ଜ ବେଳେ ମହିଳାଙ୍କ ହାତ ଓ ଗୋଡ଼ ବାନ୍ଧି ଘରୁ ନେଇ ଗଲେ ୨୦ ଲକ୍ଷ ଟଙ୍କା
ଅମିତାଙ୍କୁ ଲୁଟିବା ପରେ ଆଲମାରୀରେ ଥିବା ୨୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଆଉ ଗଲା ବେଳେ ବାହାର ପାର୍ଶ୍ୱରୁ କବାଟ ବନ୍ଦ କରିଦେଇଥିଲେ।
Crime
କ’ଣ ପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ଯାଇଥିଲେ ହଂସିକା ଓ ଅନୀଲ?
ଅପରପକ୍ଷେ ଏହି ଠକ ଯୋଡ଼ିଙ୍କ କେଳେଙ୍କାରୀ ରାଜ୍ୟ ବାହାରକୁ ବି ଲମ୍ବିଛି। ଝାଡଖଣ୍ଡର ଇଏସଏଲ ବୋକାରୋ କଂପାନୀ ସହ ଏକ ୩୦୦ କୋଟି ଟଙ୍କାର ଡିଲ୍ ମଧ୍ୟ ସାମ୍ନାକୁ ଆସିଛି। ଆୟକର ବିଭାଗ ଏସବୁ ତଥ୍ୟ ପାଇବା ପରେ ଖୋଳତାଡ ଚଳାଇଛି।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଅଫିସ୍ରେ ମାତାଲ RI କହୁଛନ୍ତି- ମୋଦି ମୋର ଫ୍ରେଣ୍ଡ, ଚାହିଁଲେ ପ୍ରଧାନମନ୍ତ୍ରୀ ହୋଇଯିବି
ଖଜଣା ଦେଇ ପାଉତି କାଟିଲେ ଚାଷୀମାନେ ଫସଲ କ୍ଷୟକ୍ଷତି ପାଇଁ ଆବେଦନ କରିବେ। ହେଲେ ଦୁର୍ଭାଗ୍ୟର ବିଷୟ ବୌଲାଙ୍ଗ ଆର୍ଆଇ ଅଫିସ୍ରେ ନାହାଁନ୍ତି। ତେଣୁ ଚାଷୀମାନେ ପଟା ଓ ପାଉତି ଧରି ଆର୍ଆଇ ଅଫିସ୍ ଆଗରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିଲେ।