ଭୁବନେଶ୍ୱରରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୨୩୫ ଲୋକାଲ୍‌ କେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍‌ରୁ ୧୫୯ ଓ ଲୋକାଲ କେସ ୨୩୫। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୩୦୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 7th Sep 2020(till 9am). Further contact […]

bbsr

Manoranjan Sial
  • Published: Monday, 07 September 2020
  • , Updated: 07 September 2020, 07:03 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍‌ରୁ ୧୫୯ ଓ ଲୋକାଲ କେସ ୨୩୫। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୩୦୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1302954036925095937?s=20

ପଟିଆ ମା’ ମଙ୍ଗଳା ସାହିରୁ ୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ବମିଖାଲରୁ ୯ ଓ ୟୁନିଟ୍-୯ରୁ ୫ ଲୋକାଲ କେସ ଚିହ୍ନଟ ହୋଇଛି। ଆଇଆର୍‌ସି ଭିଲେଜରୁ ୭, କଳିଙ୍ଗ ବିହାର, କଳ୍ପନାରୁ ୬, ବମିଖାଲରୁ ୯ ଓ ୟୁନିଟ୍-୯ରୁ ୫ ଲୋକାଲ କେସ ଚିହ୍ନଟ ହୋଇଛି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୧୩୬୮୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୪୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୫୨୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୫୦୯୯ ଜଣ ଏବେ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

Related story