ଭୁବନେଶ୍ୱରରୁ ୨୧୫ କରୋନା ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଇଲା ବସ୍ତି
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱର ସହରାଞ୍ଚଳରୁ ୨୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୦ ଜଣ କ୍ୱାରେଣ୍ଟାଇନ୍ରୁ ଓ ୬୫ ଲୋକାଲ କଣ୍ଟାକ୍ଟ କେସ୍। ଏହାଛଡ଼ା ଆଜି ଆଉ ୧୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ୍ କରି ସୂଚନା ଦେଇଛି।
Update on newly detected & cured #COVID19 cases in the last 24 hrs under the BMC area on 28th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/vzOALYXVKZ— BMC (@bmcbbsr) July 28, 2020
ଆଜି ଖୋର୍ଦ୍ଧା ଜିଲ୍ଲାରୁ ୩୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ବିଏମ୍ସି ଅଞ୍ଚଳରୁ ୨୧୫ ଅଛି। ବାୟାବାବା ମଠ ନିକଟ ୟୁନିଟ-୯ ବସ୍ତିରୁ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସାଲିଆସାହିରୁ ୧୧, ଏକ ଘରୋଇ ହସ୍ପିଟାଲର ୧୧ କର୍ମଚାରୀ, ଆଇଗିଣିଆ ଆଳୁଗଦିରୁ ୧୦, ଏକ ଘରୋଇ ହସ୍ପିଟାଲର ୬ କର୍ମଚାରୀ, ବିଶ୍ୱେଶ୍ୱରୀ ବସ୍ତିରୁ ୫, ଗ୍ୟାରେଜ ଛକରୁ ୫, ୟୁନିଟ-୩ ମାଳି କଲୋନୀରୁ ୪ ଓ ୟୁନିଟ-୩ ମାଳିସାହିରୁ ୪ ଚିହ୍ନଟ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ଆଜି ସୁଦ୍ଧା ବିଏମ୍ସି ଅଞ୍ଚଳରେ ୨୩୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧୪୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୨୦୯ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।