ଭୁବନେଶ୍ୱରରୁ ୪୨୭ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୨୩୬ ଲୋକାଲ୍‌ କେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ୪୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍‌ରୁ ୧୯୧ ଓ ଲୋକାଲ କେସ୍‌ ୨୩୬। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। Update on newly detected & cured #COVID19 cases in the last 24 hrs under the BMC area on 9th Sep 2020(till 9am). Further contact tracing is still continuing. Primary contacts & […]

bmc

Manoranjan Sial
  • Published: Wednesday, 09 September 2020
  • , Updated: 09 September 2020, 07:06 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ୪୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍‌ରୁ ୧୯୧ ଓ ଲୋକାଲ କେସ୍‌ ୨୩୬। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି।

https://twitter.com/bmcbbsr/status/1303680765746577409?s=20

ଆଜି ପଳାଶୁଣି ପ୍ରାଚୀବିହାର ଅଞ୍ଚଳରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ନ୍ୟୁ ଫରେଷ୍ଟ ପାର୍କ ଓ ଶୈଳଶ୍ରୀ ବିହାର ଅଞ୍ଚଳରୁ ୮ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ସହିଦନଗର ଓ ୟୁନିଟ-୯ ଅଞ୍ଚଳରୁ ୬ ଲେଖାଏଁ ପଜିଟିଭ ଚିହ୍ନଟ ଚିହ୍ନଟ ହୋଇଛନ୍ତି। ସେହିପରି ନୟାପଲ୍ଲୀ ୫, ଚକେଇସିଆଣିରୁ ୫, ବିଡିଏ କଲୋନୀରୁ ୫ ଓ ୭ ଜଣ ପୁଲିସ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ୧୪୪୯୨ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୫୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯୩୫୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୫୦୭୭ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

Related story