ଭୁବନେଶ୍ୱରରୁ ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୨୯୮ ଲୋକାଲ୍‌ କେସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରରୁ ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ କ୍ୱାରେଣ୍ଟାନ୍‌ରୁ ୧୮୨ ଓ ଲୋକାଲ କେସ ୨୯୮ ଅଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୬୪୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 12th Sep 2020(till 9am). Further contact […]

bmc

Manoranjan Sial
  • Published: Saturday, 12 September 2020
  • , Updated: 12 September 2020, 07:00 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରରୁ ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ କ୍ୱାରେଣ୍ଟାନ୍‌ରୁ ୧୮୨ ଓ ଲୋକାଲ କେସ ୨୯୮ ଅଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୬୪୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1304766433637748743?s=20

ସହିଦ ନଗରରୁ ୧୩ ଓ ଏକ କେନ୍ଦ୍ରୀୟ ହସ୍ପିଟାଲରେ ୮ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ବରମୁଣ୍ଡା HB କଲୋନୀ ୭, ବିଜେବି ନଗରରୁ ୭, ନୟାପଲ୍ଲୀରୁ ୬ ଓ ତମାଣ୍ଡୋରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୧୫୮୪୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୬୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୮୨୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୪୯୪୬ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

 

Related story