ରାଜଧାନୀରେ ଅଟାକଳକୁ ସାବଧାନ!
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମଞ୍ଚେଶ୍ୱରରେ ଥିବା ଅଟା କଳକୁ ନେଇ ଚିନ୍ତାରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। ଏଠାରୁ ଗତକାଲି ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୩୫ ଜଣ ପଜିଟିଭ୍ ବାହାରିଛନ୍ତି। ସମସ୍ତଙ୍କୁ ଏନେଇ କୋଭିଡ୍ ହସ୍ପିଟାଲ୍କୁ ସ୍ଥାନାନ୍ତରିତ କରାଯାଇଛି। ଏନେଇ ବିଏମ୍ସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
Update on newly detected & cured #COVID19 cases in the last 24 hrs under the BMC area on 23rd July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/Pc8jkIQAJT— BMC (@bmcbbsr) July 23, 2020
ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୩୭ ଜଣ କରୋନା ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ଭିତରୁ ବିଏମ୍ସି ଅଞ୍ଚଳରୁ ୧୨୬ ଅଛନ୍ତି। ଏମାନଙ୍କ ଭିତରୁ ୩୩ ଲୋକାଲ୍ କେସ୍ ଓ ୯୩ କ୍ୱାରେଣ୍ଟାଇନ୍ରେ ରହିଥିଲେ। ଭୁବନେଶ୍ୱରରେ ଆଜି ୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଆଜି ସୁଦ୍ଧା ବିଏମ୍ସି ଅଞ୍ଚଳରେ ୧୪୬୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୦୫ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୬୫୧ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।