‘ଜୁନଠାରୁ ଅକ୍ଟୋବର ପର୍ଯ୍ୟନ୍ତ ସମୟ ହେଉଛି ଖୁବ୍‌ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଠିକ ସମୟରେ ଆସିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଏବର୍ଷ ଭଲ ବର୍ଷା ହେବାର ଆଶା ରହିଛି। ତେବେ ଜୁନଠାରୁ ଅକ୍ଟୋବର ପର୍ଯ୍ୟନ୍ତ ସମୟ ହେଉଛି ଖୁବ ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିପାରେ। ଏହିସବୁ ବିପର୍ଯ୍ୟୟର ମୁକାବିଲା ପାଇଁ ଆମର ପ୍ରସ୍ତୁତିକୁ ନିରନ୍ତର ସମୀକ୍ଷା କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ […]

naveen

naveen

Manoranjan Sial
  • Published: Friday, 26 June 2020
  • Updated: 26 June 2020, 11:21 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଠିକ ସମୟରେ ଆସିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଏବର୍ଷ ଭଲ ବର୍ଷା ହେବାର ଆଶା ରହିଛି। ତେବେ ଜୁନଠାରୁ ଅକ୍ଟୋବର ପର୍ଯ୍ୟନ୍ତ ସମୟ ହେଉଛି ଖୁବ ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିପାରେ। ଏହିସବୁ ବିପର୍ଯ୍ୟୟର ମୁକାବିଲା ପାଇଁ ଆମର ପ୍ରସ୍ତୁତିକୁ ନିରନ୍ତର ସମୀକ୍ଷା କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି-“ବିଭିନ୍ନ ବିପର୍ଯ୍ୟୟ ଯୋଗୁ ଜନସାଧାରଣଙ୍କ ଉପରକୁ ଆସୁଥିବା ବିପଦକୁ କମ୍‌ କରିବା ପାଇଁ ରାଜ୍ୟ ସରକାର ଅନେକ ଫଳପ୍ରଦ ପଦକ୍ଷେପ ଗ୍ରହଣ କରିଛନ୍ତି। ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଓ ଭାଗିଦାରୀ ମୂଳକ ହେବା ଉଚିତ। ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଓ ପୁନର୍ଗଠନ ପାଇଁ ବିଭିନ୍ନ ପଦକ୍ଷେପ ସହିତ ଦୀର୍ଘକାଳୀନ ମୁକାବିଲା କାର୍ଯ୍ୟକ୍ରମ ହେଉଛି ଆମର ବିପର୍ଯ୍ୟୟ ପରିଚାଳନା ଦୃଷ୍ଟିଭଙ୍ଗୀର ମୂଳନୀତି।”

ସେ ଆହୁରି କହିଛନ୍ତି-“ଗତ ୩ ମାସ ଧରି କୋଭିଡ-୧୯ ମହାମାରୀ ରାଜ୍ୟର ଜନସାଧାରଣଙ୍କ ଦୈନନ୍ଦିନ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଛି। ରାଜ୍ୟରେ ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ଯୋଗୁ ଓଡ଼ିଶା ଆଜି ଏ କ୍ଷେତ୍ରରେ ଭଲ ସ୍ଥିତିରେ ରହିଛି।”

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି-“ଆମ ରାଜ୍ୟ ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଆମେ ଅନେକ ବିପଦର ସମ୍ମୁଖୀନ ହେଉଥିଲେ ମଧ୍ୟ ଆମେ ଯେ କୌଣସି ପରିସ୍ଥିତିର ମୁକାବିଲା କରିବାପାଇଁ ପ୍ରସ୍ତୁତ ରହିଛୁ। ଗତବର୍ଷ ଫୋନି ଓ ବୁଲବୁଲ ଭଳି ବାତ୍ୟା ସହିତ ବନ୍ୟା, ବର୍ଷା ଏବଂ ଅନେକ ସ୍ଥାନୀୟ ବିପର୍ଯ୍ୟୟର ଆମେ ସମ୍ମୁଖୀନ ହୋଇଛୁ। ଉତ୍ତର ଓ ଉପକୂଳ ଓଡ଼ିଶା ମଇ ମାସର ତୃତୀୟ ସପ୍ତାହରେ ମହାବାତ୍ୟା ଅମ୍ଫନ ଦ୍ୱାରା ପ୍ରଭାବିତ ହୋଇଥିଲା। ଓଡିଶାର ଜନସାଧାରଣଙ୍କ ସହଯୋଗରେ ଆମେ କେବଳ ଏହିସବୁ ବିପର୍ଯ୍ୟୟର ମୁକାବିଲା କରିବା ପାଇଁ ସଫଳ ହୋଇନାହୁଁ, ବରଂ ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗକୁ ମଧ୍ୟ ତାର ବିପଦ ସମୟରେ ସହାୟତା ଯୋଗାଇ ଦେଇପାରିଛୁ। ସବୁବେଳେ ଅତୀତର ବିପର୍ଯ୍ୟୟ ଗୁଡିକରୁ ଆମେ ଶିକ୍ଷା ଗ୍ରହଣ କରିଆସିଛୁ। ସମ୍ଭାବ୍ୟ ଦୁର୍ବିପାକ ପାଇଁ ପ୍ରସ୍ତୁତିରେ ଉନ୍ନତି ଆଣିବାକୁ ନିରନ୍ତର ପ୍ରଚେଷ୍ଟା ଜାରି ରହିଛି। ‘ଅଭିଜ୍ଞତାରୁ ଶିକ୍ଷା’ ଓ ‘ପରବର୍ତ୍ତୀ ପ୍ରସ୍ତୁତି’ରେ ଉନ୍ନତିର ଏହି ନିରନ୍ତର ପ୍ରକ୍ରିୟା ପାଇଁ ଆମକୁ ସବୁ କ୍ଷେତ୍ରରୁ ପ୍ରଶଂସା ମିଳିଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos