Advertisment

’ଆଗାମୀ ୪୮ ଘଣ୍ଟା ଖୁବ୍‌ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟାରେ ମୁଣ୍ଡଳିରେ ସର୍ବାଧିକ ବନ୍ୟାଜଳ ପ୍ରବାହିତ ହେବ। ତେଣୁ ନଦୀ ବନ୍ଧକୁ ଜଗିବା ଜରୁରୀ । ଆଗାମୀ ୪୮ ଘଣ୍ଟା ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ପ୍ରଦୀପ ଜେନା। ଏସ୍‌ଆର୍‌ସି ଶ୍ରୀ ଜେନା କହିଛନ୍ତି, ଗତକାଲି ରାତି ୯ଟାରୁ ୧୨ଟା ଭିତରେ ଖଇରମାଳରେ ସର୍ବାଧିକ ୧୨.୦୬ ଲକ୍ଷ କ୍ୟୁସେକ୍‌ ପାଣି ପାସ୍ କରିଛି । କାଲି ଖଇରମାଳ ପାସ୍ କରିଥିବା ପାଣି ଆଜି […]

ଅଦ୍ୟତନ ହୋଇଛି
’ଆଗାମୀ ୪୮ ଘଣ୍ଟା ଖୁବ୍‌ ଗୁରୁତ୍ୱପୂର୍ଣ୍ଣ’

src

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟାରେ ମୁଣ୍ଡଳିରେ ସର୍ବାଧିକ ବନ୍ୟାଜଳ ପ୍ରବାହିତ ହେବ। ତେଣୁ ନଦୀ ବନ୍ଧକୁ ଜଗିବା ଜରୁରୀ । ଆଗାମୀ ୪୮ ଘଣ୍ଟା ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ପ୍ରଦୀପ ଜେନା।

Advertisment

ଏସ୍‌ଆର୍‌ସି ଶ୍ରୀ ଜେନା କହିଛନ୍ତି, ଗତକାଲି ରାତି ୯ଟାରୁ ୧୨ଟା ଭିତରେ ଖଇରମାଳରେ ସର୍ବାଧିକ ୧୨.୦୬ ଲକ୍ଷ କ୍ୟୁସେକ୍‌ ପାଣି ପାସ୍ କରିଛି । କାଲି ଖଇରମାଳ ପାସ୍ କରିଥିବା ପାଣି ଆଜି ସନ୍ଧ୍ୟାରେ ମୁଣ୍ଡଳିରେ ପହଞ୍ଚିବ। ଆଜି ସନ୍ଧ୍ୟାରେ ମୁଣ୍ଡଳିରେ ସର୍ବାଧିକ ସାଢ଼େ ୧୧ ଲକ୍ଷ କ୍ୟୁସେକ୍‌ ପାଣି ପାସ୍ କରିପାରେ। ତେଣୁ ଆଗାମୀ ୪୮ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ।

ହୀରାକୁଦକୁ ଏବେ ପ୍ରତି ସେକେଣ୍ଡରେ ୭ ଲକ୍ଷ ୮୮ ହଜାର କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୪ ଲକ୍ଷ ୪୫ ହଜାର କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି । ୮ଟି ଗେଟ୍ ବନ୍ଦ କରି ଦିଆଯାଇଥିବା ବେଳେ ୨୬ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଆଉ କେତୋଟି ଗେଟ୍ ଖୋଲାଯିବ  ସେ ନେଇ ଆଜି ଅପରାହ୍ନ ୩ଟାରେ ବସିବାକୁ ଥିବା ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଏସଆରସି ପ୍ରଦୀପ ଜେନା ।

Advertisment

ପଛୁଆ ପାଣି ଯୋଗୁଁ କିଛି ଜାଗାରେ ପାଣି ପଶିଥିବା ବେଳେ ଆବଶ୍ୟକତା ଅନୁସାରେ ଲୋକଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦିଆଯାଇଛି।  ଏଥିସହ ସେମାନଙ୍କୁ  ରନ୍ଧାଖାଦ୍ୟ, ରିଲିଫ ସାମଗ୍ରୀ ଓ ପିଇବା ପାଣି ତୁରନ୍ତ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସମୀକ୍ଷା ବୈଠକରେ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ଏପରି ନିର୍ଦ୍ଦେଶ ଦେଇଥିବା କହିଛନ୍ତି ଏସଆରସି।

ସେ ଆହୁରି କହିଛନ୍ତି, ଏହା ପ୍ରଥମ ବନ୍ୟା ହୋଇଥିବାରୁ ପ୍ରଥମେ ମୂଷା ଗାତ, ବିଲୁଆ ଗାତ ପାଇଁ ଘଳିଆ ପଡ଼ିପାରେ। ଏହି ସମୟରେ ନଦୀ ବନ୍ଧ ପ୍ରତି ତୀକ୍ଷଣ ନଜର ରଖିବାକୁ ଜଳ ସଂପଦ ବିଭାଗ ସଜାଗ ରହିଛି ।  ବନ୍ୟାରେ ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲା ବିଶେଷ ପ୍ରଭାବିତ ହେବାର ଆଶଙ୍କା ରହିଛି।

ବନ୍ୟାକୁ ଦୃଷ୍ଟିରେ ରଖି ଆବଶ୍ୟକ ସ୍ଥଳେ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଗତସିଂହପୁର ଓ ନୟାଗଡ଼ ଜିଲ୍ଲାପାଳ ନିଜ ନିଜ ଜିଲ୍ଲାରେ ବିଭିନ୍ନ ସ୍କୁଲକୁ ଆସନ୍ତାକାଲି ପର୍ଯ୍ୟନ୍ତ  ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀମାନଙ୍କ ଛୁଟି ବାତିଲ କରିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଛନ୍ତି ଏସଆରସି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe