ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ଏକ ମାସ ମଧ୍ୟରେ ରାଜ୍ୟର ଆଉ ୬ଟି ଖଣି ନିଲାମ କରାଯିବ। ଏଥିପାଇଁ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ।
ସେ କହିଛନ୍ତି-“ନିଲାମ ହେବାକୁ ଥିବା ଖଣି ମଧ୍ୟରେ ୪ଟି ଲୁହାପଥର ଖଣି, ଗୋଟିଏ ଗ୍ରାଫାଇଟ୍ ଖଣି ଓ ଗୋଟିଏ ଚୂନପଥର ଖଣି ରହିଛି। ଗ୍ରାଫାଇଟ୍ ଖଣିଟି ବଲାଙ୍ଗୀର ଜିଲ୍ଲାରେ ଥିବାବେଳେ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ରହିଛି ଲୁହାପଥର ଖଣି।”
ସେ କହିଛନ୍ତି-“ପୂର୍ବରୁ ୩ଟି ଲୁହାପଥର ଖଣି, ଗୋଟିଏ ଚୂନପଥର ଖଣି ଓ ଗୋଟିଏ ମାଙ୍ଗାନିଜ୍ ଖଣି ନିଲାମ ହୋଇଥିଲା। ଏହି ଖଣି ଗୁଡ଼ିକରୁ କିଭଳି ଉତ୍ତୋଳନ ଆରମ୍ଭ ହେବ, ଏଥିପାଇଁ ଆସୁଥିବା ପ୍ରତିବନ୍ଧକ ଯଥା, ଜଙ୍ଗଲ, ପରିବେଶ ଓ ଜମି ସମ୍ପର୍କିତ ଅନୁମତ ମିଳିବା ନେଇ ଖଣି, ଜଙ୍ଗଲ ଓ ପରିବେଶ ବିଭାଗ ଅଧିକାରୀମାନଙ୍କ ସହ ଆଲୋଚନା ହୋଇଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।