ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି । ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍ ନିବେଦିତା ମିଶ୍ରଙ୍କୁ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ଅବକାରୀ ବିଭାଗର ଅତିରିକ୍ତ ସଚିବ ପ୍ରମୋଦ କୁମାର ମିଶ୍ର ଓଡ଼ିଶା ଲୋକସେବା ଆୟୋଗର ସଚିବ ଭାବେ ବଦଳି ହୋଇଛନ୍ତି । ଅନୁଗୋଳ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ସାହୁଙ୍କୁ ରାଜ୍ୟ ଏକ୍ସପୋର୍ଟ ଓ ପ୍ରମୋସନ ଆଣ୍ଡ ମାର୍କେଟିଂ(ଡିଇପିଏମ) ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ଯାଜପୁର ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତିଙ୍କୁ ଅବକାରୀ ବିଭାଗର ଅତିରିକ୍ତ ସଚିବ ଏବଂ ଆଠମଲ୍ଲିକ ଉପଜିଲ୍ଲାପାଳ ଲଳିତ ମୋହନ ବେହେରାଙ୍କୁ ଅନୁଗୋଳ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।