‘୧୧ରୁ ନାଇଟ୍‌ କର୍ଫ୍ୟୁ, ପୁଲିସ୍‌ ରାଡାରରେ ରହିବେ ଅପରାଧୀ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାର୍ବଣ ଆରମ୍ଭ ହୋଇ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ବି ବଢ଼ିବାରେ ଲାଗୁଛି। ଏପରି ସମୟରେ କରୋନାର କୋପକୁ କମାଇବାକୁ ଆସନ୍ତା ୧୧ ତାରିଖରୁ  ଦ୍ୱୈତନଗରୀରେ ଲାଗୁ ହେବ ନାଇଟ କର୍ଫ୍ୟୁ। ଏହି କଟକଣା ରାତି ୮ଟାରୁ ସକାଳୁ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ପାର୍ବଣ ବେଳେ ପୁଲିସ୍‌ ରାଡାରରେ ରହିବେ ଅପରାଧୀ । ଆଜି ସାମ୍ବାଦିକ ସମ୍ମିଳନୀରେ କିଛି ଏଭଳି ସୂଚନା ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ […]

cp

Niharika Rout
  • Published: Saturday, 09 October 2021
  • , Updated: 09 October 2021, 04:44 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାର୍ବଣ ଆରମ୍ଭ ହୋଇ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ବି ବଢ଼ିବାରେ ଲାଗୁଛି। ଏପରି ସମୟରେ କରୋନାର କୋପକୁ କମାଇବାକୁ ଆସନ୍ତା ୧୧ ତାରିଖରୁ  ଦ୍ୱୈତନଗରୀରେ ଲାଗୁ ହେବ ନାଇଟ କର୍ଫ୍ୟୁ। ଏହି କଟକଣା ରାତି ୮ଟାରୁ ସକାଳୁ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ପାର୍ବଣ ବେଳେ ପୁଲିସ୍‌ ରାଡାରରେ ରହିବେ ଅପରାଧୀ । ଆଜି ସାମ୍ବାଦିକ ସମ୍ମିଳନୀରେ କିଛି ଏଭଳି ସୂଚନା ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।

ଏନେଇ ପୁଲିସ୍‌ କମିଶନର କହିଛନ୍ତି,  ଯେପରି ରାତି ୮ଟା ପରେ  କଟକ, ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ପାଳନ କରାଯିବା ସହ ଯାଞ୍ଚ  ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ ଅମାନିଆ  ଭୋଗିବେ ଦଣ୍ଡ । ଏଥିସହ ଦାଦାବଟିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। କିଏ ଦାଦାବଟି ଆଦାୟ କରୁଥିବାର ନଜର ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।  ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ସିପି ।

ଏଥିସହ ପାର୍ବଣ ବେଳେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ କମିଶନରେଟ ପୁଲିସ୍‌ର ସ୍କାନରରେ ରହିବେ ଅପରାଧୀ।  ଅପରାଧୀଙ୍କ ଉପରେ  କଡ଼ା ନଜର ରଖିବ କମିଶନରେଟ୍ ପୋଲିସ୍ । ଟ୍ୱିନ୍ ସିଟିରେ ପେଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସିପି ଚେତାବନୀ ଦେଇଛନ୍ତି।

କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି ସିପି। ଏଥିସହ ରେଭ୍ ପାର୍ଟିରେ ନିଶା ସେବନ ଉପରେ କଡ଼ା ନଜର ରହିବ  । ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ସିପି।

 

 

Related story