ପୁରୀ(ଓଡ଼ିଶା ରିପୋର୍ଟର): ଆଜି ରଥଯାତ୍ରାର ଅନ୍ତିମ ଦିନ। ଆଜି ରତ୍ନସିଂହାସନରେ ବିଜେ ହେବେ ଶ୍ରୀଜିଉ। ରଥାରୁଢ଼ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସନ୍ଧ୍ୟାଧୂପ ନୀତି ପରେ ଗୋଟି ପହଣ୍ଡିରେ ନୀଳାଦ୍ରି ବିଜେ କରାଯିବ। ପ୍ରଥମେ କୃଷ୍ଣବଳରାମ ଓ ମଦନ ମୋହନଙ୍କୁ ଦକ୍ଷିଣ ଘରକୁ ବିଜେ କରାଯିବ। ତା’ପରେ ଶ୍ରୀସୁଦର୍ଶନ, ପରେ ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ରତ୍ନସିଂହାସନକୁ ବିଜେ କରାଯିବ। ତା’ପରେ ଆରମ୍ଭ ହେବ କାଳିଆ ସାଆନ୍ତଙ୍କ ପହଣ୍ଡି ବିଜେ। ଚାରମାଳ ଆସିବା ପରେ ଭେଟ ମଣ୍ଡପରେ ମହାଲକ୍ଷ୍ମୀ ଓ ଜଗନ୍ନାଥଙ୍କ ଭେଟ ନୀତି କରାଯାଇଥାଏ। ସମସ୍ତ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।
ଗତକାଲି ସିଂହଦ୍ୱାରରେ ରଥାରୁଢ଼ ତିନି ଠାକୁରଙ୍କ ପାଖରେ ଅଧରପଣା ନୀତି ସଂପନ୍ନ ହୋଇଥିଲା। ପ୍ରଥମେ ପ୍ରଭୁ ବଳଭଦ୍ର ଓ ମା’ ସୁଭଦ୍ରାଙ୍କୁ ରଥରେ ଅଧରପଣା ଅର୍ପଣ କରାଯିବା ପରେ ଶେଷରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥରେ ଅଧରପଣା ନୀତି ସଂପନ୍ନ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।