ସୂଚନା ଓ ଲୋକସମ୍ପର୍କ ବିଭାଗର ବୈଷୟିକ ନିର୍ଦ୍ଦେଶକ ହେଲେ ନିରଞ୍ଜନ ସେଠୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ(ବୈଷୟିକ) ଭାବେ ନିରଞ୍ଜନ ସେଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ୩୦ବର୍ଷ ଧରି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିବା ଶ୍ରୀ ସେଠୀଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶକ ଭାବେ ପଦୋନ୍ନତି ଦେଇଛନ୍ତି। ରାଜ୍ୟ ସରକାରଙ୍କ ଫାଇଭ-ଟି ଆଧାରରେ ପଦୋନ୍ନତି ପ୍ରକ୍ରିୟା ତ୍ୱରାନ୍ୱିତ ହେବାଫଳରେ ଶ୍ରୀ ସେଠୀଙ୍କର ଦୀର୍ଘଦିନର ଅଭିଜ୍ଞତା ଓ ବିଭାଗୀୟ କାର୍ଯ୍ୟରେ ବୈଷୟିକ ଦକ୍ଷତାକୁ ଦୃଷ୍ଟିରେ ରଖି ତାଙ୍କୁ ବୈଷୟିକ […]

sds

sds

Hemant Lenka
  • Published: Thursday, 02 January 2020
  • Updated: 02 January 2020, 10:12 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ(ବୈଷୟିକ) ଭାବେ ନିରଞ୍ଜନ ସେଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ୩୦ବର୍ଷ ଧରି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିବା ଶ୍ରୀ ସେଠୀଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶକ ଭାବେ ପଦୋନ୍ନତି ଦେଇଛନ୍ତି।

ରାଜ୍ୟ ସରକାରଙ୍କ ଫାଇଭ-ଟି ଆଧାରରେ ପଦୋନ୍ନତି ପ୍ରକ୍ରିୟା ତ୍ୱରାନ୍ୱିତ ହେବାଫଳରେ ଶ୍ରୀ ସେଠୀଙ୍କର ଦୀର୍ଘଦିନର ଅଭିଜ୍ଞତା ଓ ବିଭାଗୀୟ କାର୍ଯ୍ୟରେ ବୈଷୟିକ ଦକ୍ଷତାକୁ ଦୃଷ୍ଟିରେ ରଖି ତାଙ୍କୁ ବୈଷୟିକ ନିର୍ଦ୍ଦେଶକ ଭାବେ ପଦୋନ୍ନତି ଦେଇଛନ୍ତି। ସୂଚନାଯୋଗ୍ୟ, ପ୍ରଥମଥର ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗରେ ଏକକାଳୀନ ଦୁଇଜଣ ନିର୍ଦ୍ଦେଶକ କାର୍ଯ୍ୟ କରିବେ।

ବୈଷୟିକ ନିର୍ଦ୍ଦେଶକ ପଦ ନୂଆ କରି ସୃଷ୍ଟି କରାଯାଇ ସେଠାରେ ଶ୍ରୀ ସେଠୀଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଶ୍ରୀ ସେଠୀ ପୂର୍ବରୁ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ ଭାବେ ମଧ୍ୟ କାର୍ଯ୍ୟ କରିସାରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos