ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ: ବାଲେଶ୍ୱରର ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ ଆଜି କେନ୍ଦ୍ର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME ) ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ସେ ଦାୟିତ୍ୱ ଗ୍ରହଣ କରିବା ସହ କାର୍ଯ୍ୟ ଆରମ୍ଭ କରିଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ସଡ଼କ ପରିବହନ ବିଭାଗର ମନ୍ତ୍ରୀ ଭାବେ ସେ କାର୍ଯ୍ୟ ଆରମ୍ଭ କରିଛନ୍ତି। କାର୍ଯ୍ୟାଳୟରେ ପହଞ୍ଚିବା ପରେ ବିଭାଗୀୟ ଅଧିକାରୀମାନେ ପୁଷ୍ପଗୁଚ୍ଛ […]

gadkari pratap sarangi

Tapaswini Nayak
  • Published: Tuesday, 04 June 2019
  • , Updated: 04 June 2019, 11:47 AM IST

ନୂଆଦିଲ୍ଲୀ: ବାଲେଶ୍ୱରର ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ ଆଜି କେନ୍ଦ୍ର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME ) ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ସେ ଦାୟିତ୍ୱ ଗ୍ରହଣ କରିବା ସହ କାର୍ଯ୍ୟ ଆରମ୍ଭ କରିଛନ୍ତି।

ସେହିପରି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ସଡ଼କ ପରିବହନ ବିଭାଗର ମନ୍ତ୍ରୀ ଭାବେ ସେ କାର୍ଯ୍ୟ ଆରମ୍ଭ କରିଛନ୍ତି। କାର୍ଯ୍ୟାଳୟରେ ପହଞ୍ଚିବା ପରେ ବିଭାଗୀୟ ଅଧିକାରୀମାନେ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ୱାଗତ କରିଥିଲେ।

ଏହା ସହିତ ସେ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ମନ୍ତ୍ରଣାଳୟର କ୍ୟାବିନେଟ୍ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ନେଇଛନ୍ତି। ଗଡ଼କାରୀ ଓ ପ୍ରତାପ ଷଡ଼ଙ୍ଗୀ ଏକା ସାଙ୍ଗରେ ଆସି ଦାୟିତ୍ୱ ଗ୍ରହଣ କରିଥିଲେ।

Related story