କଟକ (ଓଡ଼ିଶା ରିପୋର୍ଟର): ଘରୋଇ ସ୍କୁଲ୍ ଫି’ ଛାଡ଼ ଆବେଦନ ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର। ସ୍କୁଲ ଫି’ ଉପରେ କୌଣସି କର୍ତ୍ତୃତ୍ୱ ନଥିବା ସତ୍ୟପାଠରେ ଦର୍ଶାଇଛନ୍ତି ରାଜ୍ୟ ସରକାର। ଘରୋଇ ସ୍କୁଲ ଫି’ ନିୟନ୍ତ୍ରଣ ପାଇଁ ଆମର ପଲିସି ନାହିଁ କହିଲେ ସରକାର।
ପଞ୍ଜାବ ଓ ହରିୟାଣା ଭଳି ପଲିସି କାହିଁକି ହେଉନି ବୋଲି ହାଇକୋର୍ଟ ପଚାରିଥିବା ଭିଭାବକ ସଂଘର ଓକିଲ ବିଭୂତି ଚୌଧୁରୀ କହିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ସୋମବାର ଧାର୍ଯ୍ୟ କରାଯାଇଛି।
ଘରୋଇ ସ୍କୁଲ ଗୁଡିକର ଫି’ ବୃଦ୍ଧି ପ୍ରସଙ୍ଗରେ ସରକାରଙ୍କ କଣ ନିୟନ୍ତ୍ରଣ ରହିଛି ସେ ନେଇ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଥିଲେ। ଯାହାର ଉତ୍ତର ଆଜି ରଖିଛନ୍ତି ସରକାର। ଫି ବୃଦ୍ଧି ପ୍ରସଙ୍ଗରେ ନିଜ ଆଡୁ ଅଦାଲତ ନିଷ୍ପତ୍ତି ନିଅନ୍ତୁ ବୋଲି ସରକାର ପୂର୍ବରୁ ଯୁକ୍ତି ବାଢ଼ିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।