ବାତ୍ୟାରେ ପରିଣତ ହେବନି ଅବପାତ- IMD ଡିଜି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଥିବା ବେଳେ ଏହା ପ୍ରଭାବରେ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଆଜି ସବୁଠାରୁ ଅଧିକ ବର୍ଷା ସହ କୋହଲା ପବନ ଲାଗି ରହିବ। ହେଲେ ଅବପାତ ବାତ୍ୟାରେ ପରିଣତ ହେବାର କୌଣସି ସମ୍ଭାବନା ନାହିଁ ବୋଲି ସ୍ପଷ୍ଟ କରିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । IMD ଡିଜିଙ୍କ ସୂଚନାଅନୁଯାୟୀ, ପ୍ରବଳ ବର୍ଷା ଯୋଗୁ ଗ୍ରାମାଞ୍ଚଳର ତଳିଆ ଅଞ୍ଚଳ ଜଳମଗ୍ନ ହେବାର ସମ୍ଭାବନା ରହିଛି। ପୌରାଞ୍ଚଳରେ […]

cyclone

Niharika Rout
  • Published: Thursday, 22 October 2020
  • , Updated: 22 October 2020, 12:04 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଥିବା ବେଳେ ଏହା ପ୍ରଭାବରେ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଆଜି ସବୁଠାରୁ ଅଧିକ ବର୍ଷା ସହ କୋହଲା ପବନ ଲାଗି ରହିବ। ହେଲେ ଅବପାତ ବାତ୍ୟାରେ ପରିଣତ ହେବାର କୌଣସି ସମ୍ଭାବନା ନାହିଁ ବୋଲି ସ୍ପଷ୍ଟ କରିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

IMD ଡିଜିଙ୍କ ସୂଚନାଅନୁଯାୟୀ, ପ୍ରବଳ ବର୍ଷା ଯୋଗୁ ଗ୍ରାମାଞ୍ଚଳର ତଳିଆ ଅଞ୍ଚଳ ଜଳମଗ୍ନ ହେବାର ସମ୍ଭାବନା ରହିଛି। ପୌରାଞ୍ଚଳରେ ମଧ୍ୟ ଡ୍ରେନେଜକୁ ନେଇ ସମସ୍ୟା ଦେଖାଦେଇପାରେ। ବିଶେଷକରି ସମୁଦ୍ରକୁ ଲାଗିଥିବା ଅଞ୍ଚଳ ବେଶି ପ୍ରଭାବିତ ହେବ।

ସମୁଦ୍ରରେ ଏହାର ପ୍ରଭାବ ଅଧିକ ଅନୁଭୂତ ହେବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଓଡ଼ିଶାର ସବୁ ବନ୍ଦରକୁ ୩ ନଂ ସତର୍କ ସଂକେତ ଜାରି କରାଯାଇଛି।

Related story