କଟକ (ଓଡ଼ିଶା ରିପୋର୍ଟର): ଗଣେଶ ପୂଜା ପରି ଚଳିତବର୍ଷ କଟକରେ କୌଣସି ମଣ୍ଡପରେ ହେବନି ଦୁର୍ଗାପୂଜା। ଲୋକମାନେ ଚାହିଁଲେ ନିଜ ଘର ଭିତରେ ଦୁର୍ଗା ପୂଜା କରିପାରିବେ। ଏନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ।
ଅନ୍ୟପକ୍ଷରେ ଦୁର୍ଗାପୂଜା କରିବାକୁ ଅନୁମତି ଦିଆଯାଉ ବୋଲି ହାଇକୋର୍ଟରେ ଆବେଦନ ହୋଇଛି। କଟକ ବାଲୁବଜାର ପୂଜା କମିଟି ହାଇକୋର୍ଟରେ ଏହି ଆବେଦନ କରିଛି। ପୂଜା କମିଟି ପକ୍ଷରୁ କୁହାଯାଇଛି ଯେ, ଏଠାରେ ୫ ଶହ ବର୍ଷ ହେଲାଣି ଦୁର୍ଗାପୂଜା ଚାଲି ଆସିଛି। ଏ ବର୍ଷ ଯଦି ପୂଜା କରାନଯାଏ ତେବେ ଏହି ପରମ୍ପରା ଭଙ୍ଗ ହୋଇଯିବ। ପରମ୍ପରା ରକ୍ଷା ପାଇଁ ପୂଜା କରିବାକୁ ଅନୁମତି ଦିଆଯାଉ ବୋଲି ଆବେଦନରେ ଦର୍ଶାଯାଇଛି। କୋଭିଡ୍ କଟକଣା ପାଳନ କରି ପୂଜା କରିବାକୁ ଆବେଦନରେ ଦର୍ଶାଇଛି କଟକ ବାଲୁବଜାର ପୂଜା କମିଟି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।