ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ଆର୍ଥିକ ବର୍ଷରେ ବଢ଼ିବନି ବିଦ୍ୟୁତ ଦର। ଏ ନେଇ ଆଜି ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆରସି) ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ଏହି ଅନୁଯାୟୀ ୨୦୧୯-୨୦ ଆର୍ଥିକ ବର୍ଷ ଲାଗି ପୂର୍ବ ବର୍ଷର ପ୍ରଚଳିତ ଦର ଲାଗୁ ହେବ। ସେହିଭଳି ଡିଜିଟାଲ ପେମେଣ୍ଟ ଲାଗି ଗ୍ରାହକଙ୍କୁ ଆଗରୁ ୧ ପ୍ରତିଶତ ରିହାତି ମିଳୁଥିବା ବେଳେ ଏବେ ୨ ପ୍ରତିଶତ ମିଳିବ।
ରାଜ୍ୟର ସମସ୍ତ ବିଦ୍ୟୁତ ବଣ୍ଟନକାରୀ କମ୍ପାନୀଗୁଡ଼ିକ ଲାଗି ପାଇଁ ଏହି ନିର୍ଦ୍ଦେଶନାମା ଜାରି ହୋଇଛି। ବିଜୁଳି ତାରିଫ୍ ବୃଦ୍ଧି ସମ୍ପର୍କିତ ଶୁଣାଣି ଓଇଆରସିଙ୍କ ପକ୍ଷରୁ ପୂର୍ବରୁ ଶେଷ ହୋଇଥିବା ବେଳେ ରାଜ୍ୟରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବାରୁ ଏହାକୁ ପ୍ରକାଶ କରାଯାଇ ନଥିଲା।
ସୂଚନାରୁ ପ୍ରକାଶ, ବିଦ୍ୟୁତ ବିତରଣ କମ୍ପାନୀ ଗୁଡ଼ିକ ବିଦ୍ୟୁତ ବିଲ୍ ବଢ଼ାଇବା ପାଇଁ ବାରମ୍ୱାର ଦାବି କରିଆସୁଥିଲେ। ଯାହାକୁ ଉପଭୋକ୍ତା ସଂଘ ବିରୋଧ କରି ଆସୁଥିଲା। କିନ୍ତୁ ଆଜି ପ୍ରକାଶ ପାଇଥିବା ଓଇଆରସିର ନିଷ୍ପତ୍ତି ଖାଉଟିଙ୍କୁ ଆଶ୍ୱସ୍ତି ଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ପଇତାଲାଗି ନୀତି; ୪ ଘଣ୍ଟା ଦର୍ଶନ ବନ୍ଦ
ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ।
Politics
କାଲିଠୁ ବିଧାନସଭା, ଆଜି ବସିବ ସର୍ବଦଳୀୟ ବୈଠକ
ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିବେ।
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Miscellaneous
ସରିଲା ଐତିହାସିକ କଟକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟି ଟଙ୍କା ବେପାର
ଐତିହାସିକ କଟକ ବାଲିଯାତ୍ରା ସରିବା ପରେ ୯ ଦିନର କୋଳାହଳ ଏବେ ଶାନ୍ତ ପଡ଼ିଛି। ୯ ଦିନରେ ୨୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବାବେଳେ ସେଥିରୁ କେବଳ ଓରମାସ ୪୦ କୋଟି ଟଙ୍କାର ବ୍ୟବସାୟ କରିଥିବା ଜଣାପଡ଼ିଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।