‘୩ ମାସ ଯାଏ ପ୍ରଦୂଷଣ ଓ ବୀମା ଯାଞ୍ଚ ହେବ ନାହିଁ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୩ ମାସ ଯାଏ ରାଜ୍ୟରେ ଯାନବାହନଗୁଡ଼ିକର ପ୍ରଦୂଷଣ ଓ ବୀମା ଯାଞ୍ଚ ହେବ ନାହିଁ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଏପରି ପଦକ୍ଷେପ ନିଆଯାଇଥିବା ଆଜି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଦୋହରାଇଛନ୍ତି। ଅକ୍ଟୋବର ପହିଲାରୁ ଅନଲାଇନ୍‌ରେ ପଲ୍ୟୁସନ୍‌ ସାର୍ଟିଫିକେଟ୍ ପାଇଁ ଆବେଦନ କରିହେବ। ନୂଆ ଟ୍ରାଫିକ ଆଇନକୁ ତରବରିଆ ଭାବେ ଲାଗୁ କରି ରାଜ୍ୟ ସରକାର  ସବୁ ମହଲରୁ ସମାଲୋଚନାର ଶିକାର ହୋଇଥିଲେ । ଏଥିନିମନ୍ତେ ବିରୋଧୀଙ୍କ ସମେତ ସାଧାରଣ ଲୋକେ ବି […]

poluction-750x430

Tapaswini Nayak
  • Published: Wednesday, 25 September 2019
  • , Updated: 25 September 2019, 03:58 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୩ ମାସ ଯାଏ ରାଜ୍ୟରେ ଯାନବାହନଗୁଡ଼ିକର ପ୍ରଦୂଷଣ ଓ ବୀମା ଯାଞ୍ଚ ହେବ ନାହିଁ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଏପରି ପଦକ୍ଷେପ ନିଆଯାଇଥିବା ଆଜି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଦୋହରାଇଛନ୍ତି। ଅକ୍ଟୋବର ପହିଲାରୁ ଅନଲାଇନ୍‌ରେ ପଲ୍ୟୁସନ୍‌ ସାର୍ଟିଫିକେଟ୍ ପାଇଁ ଆବେଦନ କରିହେବ।

ନୂଆ ଟ୍ରାଫିକ ଆଇନକୁ ତରବରିଆ ଭାବେ ଲାଗୁ କରି ରାଜ୍ୟ ସରକାର  ସବୁ ମହଲରୁ ସମାଲୋଚନାର ଶିକାର ହୋଇଥିଲେ । ଏଥିନିମନ୍ତେ ବିରୋଧୀଙ୍କ ସମେତ ସାଧାରଣ ଲୋକେ ବି ସରକାରଙ୍କୁ ଘେରିଥିଲେ। ନୂଆ କେନ୍ଦ୍ରୀୟ ଆଇନ ଲାଗୁ କରିବା ପୂର୍ବରୁ ରାଜ୍ୟ ସରକାର ନିଜସ୍ୱ ବ୍ୟବସ୍ଥାକୁ ସଜାଡ଼ିବା ଆବଶ୍ୟକ ଥିଲା ବୋଲି  ଅନ୍ୟ ରାଜନୈତିକ ଦଳ କହିଥିଲେ।  ଏହା ସହିତ ମାତ୍ରାଧିକ ଜୋରିମାନା ଆଦାୟକୁ ନେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ।

ଏହା ପରେ ରାଜ୍ୟ ସରକାର ନିଜ ନିଷ୍ପତ୍ତିରୁ ଓହରି କୋହଳ ମନୋଭାବ ପୋଷଣ କରିଥିଲେ। ଯାନବାହନର କାଗଜପତ୍ର ସଜାଡ଼ିବାକୁ ଲୋକଙ୍କୁ ୩ ମାସ ସମୟ ଦେଇଥିଲେ।

 

Related story