ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧୀରେ ଧୀରେ ଦୁର୍ବଳ ହେବା ସହ ଏହା ମଧ୍ୟପ୍ରଦେଶ ଉପରେ ରହିଛି। ଏଥିଯୋଗୁ ଓଡ଼ିଶାରେ ବର୍ଷା ପରିମାଣ କମିବା ସହ ସବୁ ସ୍ଥାନରେ କାଁଭାଁ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି।
ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଗୌରାଙ୍ଗ ଚରଣ ବେହେରା କହିଛନ୍ତି, ଆସନ୍ତା ୧୨ ତାରିଖ ବେଳକୁ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି। ଏହି ସମୟରେ ଦେବଗଡ, ସୁନ୍ଦରଗଡ, ସମ୍ବଲପୁର ସହ ଉତ୍ତର ଓଡିଶାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।