ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାରେ ପାରାସିଟାମଲ ବିକିବାରେ କୌଣସି କଟକଣା ନାହିଁ। ଏନେଇ ଟ୍ୱିଟ୍ ଯୋଗେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ତେବେ ଜିଲ୍ଲାର ସମସ୍ତ ଔଷଧ ଦୋକାନୀଙ୍କୁ ବିକ୍ରିର ସମସ୍ତ ବିବରଣୀ ରଖିବାକୁ ଅନୁରୋଧ କରାଯାଇଛି।ଯଦି କୌଣସି ରୋଗୀଙ୍କ ଠାରେ କୋଭିଡ୍ ଲକ୍ଷଣ ପରିଲକ୍ଷିତ ହୁଏ, ସେମାନେ ତୁରନ୍ତ ଡ୍ରଗ୍ସ ନିରୀକ୍ଷକଙ୍କୁ ଜଣାନ୍ତୁ ବୋଲି ଜିଲ୍ଲାପାଳ ଚିଠିରେ ଉଲ୍ଲେଖ କରିଛନ୍ତି।
ଗଞ୍ଜାମରେ ଦିନକୁ ଦିନ କରୋନା ସ୍ଥିତି ଚିନ୍ତା ବଢ଼ାଉଛି। ତେଣୁ କରୋନା ଡରରେ ଅନେକ ଔଷଧ ଦୋକାନୀ ଦୋକାନ ବନ୍ଦ ରଖୁଥିବା ଜଣାପଡ଼ିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି।
ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫, ୨୮୦ରେ ପହଞ୍ଚିଛି। ସେଥିମଧ୍ୟରୁ ୩,୫୫୪ ସୁସ୍ଥ ହୋଇସାରିଲେଣି। ଏବେ ବିଭିନ୍ନ କୋଭିଡ୍ ଡାକ୍ତରଖାନାରେ ୧,୬୭୧ ଚିକିତ୍ସାଧୀନ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Health
ମାରି ଦଉଛି ମାରବର୍ଗ; କରି ଦେଉଛି ରକ୍ତରଞ୍ଜିତ ଆଖି
୧୭ ଦେଶରେ ଆଖି ପିଛୁଳାକେ ବ୍ୟାପିଲାଣି। ରୱାଣ୍ଡାରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କ ଜୀବନ ଗଲାଣି।