୩ ସପ୍ତାହ ପାଇଁ ସମସ୍ତ ସାପ୍ତାହିକ ହାଟ ବନ୍ଦ

ଝାରସୁଗୁଡ଼ା (ଓଡ଼ିଶା ରିପୋର୍ଟର): ଝାରସୁଗୁଡ଼ା ଜିଲ୍ଲାରେ ସମସ୍ତ ସାପ୍ତାହିକ ହାଟ ବନ୍ଦ ରହିବ। ଆସନ୍ତା ୩ ସପ୍ତାହ ପାଇଁ ଜିଲ୍ଲାର ସମସ୍ତ ସାପ୍ତାହିକ ହାଟ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧି ପରେ ପ୍ରଶାସନ ଏପରି ନିଷ୍ପତ୍ତି ନେଇଥିବା ଜିଲ୍ଲାପାଳ ଟ୍ୱିଟ କରି ସୂଚନା ଦେଇଛନ୍ତି। ପନିପରିବା ଓ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀର ଅନ୍ୟତ୍ର ବିକ୍ରି ବ୍ୟବସ୍ଥା ହେବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି। There will be no […]

weekly-hata

weekly-hata

Manoranjan Sial
  • Published: Friday, 02 April 2021
  • Updated: 02 April 2021, 08:54 PM IST

Sports

Latest News

ଝାରସୁଗୁଡ଼ା (ଓଡ଼ିଶା ରିପୋର୍ଟର): ଝାରସୁଗୁଡ଼ା ଜିଲ୍ଲାରେ ସମସ୍ତ ସାପ୍ତାହିକ ହାଟ ବନ୍ଦ ରହିବ। ଆସନ୍ତା ୩ ସପ୍ତାହ ପାଇଁ ଜିଲ୍ଲାର ସମସ୍ତ ସାପ୍ତାହିକ ହାଟ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧି ପରେ ପ୍ରଶାସନ ଏପରି ନିଷ୍ପତ୍ତି ନେଇଥିବା ଜିଲ୍ଲାପାଳ ଟ୍ୱିଟ କରି ସୂଚନା ଦେଇଛନ୍ତି। ପନିପରିବା ଓ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀର ଅନ୍ୟତ୍ର ବିକ୍ରି ବ୍ୟବସ୍ଥା ହେବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

https://twitter.com/dm_jharsuguda/status/1377906365155344387?s=20

ଆଜି ସୁଦ୍ଧା ଝାରସୁଗୁଡ଼ା ଜିଲ୍ଲାରେ ୮୦୨୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୯୩୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରି ଯାଇଛନ୍ତି। ଏବେ ୬୧ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

ସେପଟେ ଆଜି ସମଗ୍ର ରାଜ୍ୟରେ ୪୬୧ ଜଣ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ୨୭୨ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ଲୋକାଲ କେସ୍‌ ହେଉଛି ୧୮୯ ରହିଛି। ତେବେ ଆଜି ଆଗରେ ଅଛି ନୂଆପଡ଼ା। ଏଠି ଆଜି ସର୍ବାଧିକ ୮୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ୬୯, ସୁନ୍ଦରଗଡ଼ରୁ ୬୨, କଳାହାଣ୍ଡିରୁ ୩୬, ବରଗଡ଼ରୁ ୩୨ ଚିହ୍ନଟ ହୋଇଛନ୍ତି। ସେହିପରି ଝାରସୁଗୁଡ଼ାରୁ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ସମସ୍ତ ସାପ୍ତାହିକ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos