ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କଂଗ୍ରେସରେ ସଭାପତି ପଦକୁ ନେଇ ଦେଖାଦେଇଥିବା କେଁ ଏବେ ଚରମସୀମାରେ ପହଞ୍ଚିଛି। ପିସିସି ସଭାପତି ପରିବର୍ତ୍ତନ ଆହ୍ୱାନରେ ନୂଆ ମୋଡ଼ ଆସିଛି। ନିରଞ୍ଜନ ବିରୋଧୀ ମେଳିରେ ବିଧାୟକ ମହମ୍ମଦ ମୋକିମଙ୍କ ନାଁରେ ମୋହର ଲଗାଇନ୍ତି ମୋକିମ୍ ସମର୍ଥକ ।
ଭୁବନେଶ୍ୱରରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ନେଇଛନ୍ତି ଅସନ୍ତୁଷ୍ଟ ଗୋଷ୍ଠୀ। ସେପଟେ ଖୁବ୍ଶୀଘ୍ର ଦିଲ୍ଲୀ ଯାଇ AICC ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ପିସିସି ସଭାପତି ପରିବର୍ତ୍ତନ ପ୍ରସ୍ତାବ ଦିଆଯିବ ବୋଲି ରୁଦ୍ଧଦ୍ୱାର ବୈଠକରେ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୧୦ରେ ଭେଟିବାକୁ ସୋନିଆଙ୍କୁ ସମୟ ମଗାଯାଇଛି ବୋଲି ସୂଚନା ଦେଇଛନ୍ତି ପୂର୍ବତନ ପିସିସି ମୁଖପାତ୍ର ଅଶୋକ ସାମଲ। ବରଗଡ଼ ଜିଲ୍ଲା କଂଗ୍ରେସ ପୂର୍ବତନ ସଭାପତି ମଧ୍ୟ ପରିବର୍ତ୍ତନ ସପକ୍ଷରେ ମତ ରଖିଛନ୍ତି। କିଛି ଦିନ ତଳେ ଭୁବନେଶ୍ୱର ପାନ୍ଥ ନିବାସରେ ବାପି ସର୍ଖେଲଙ୍କ ନେତୃତ୍ୱରେ କଂଗ୍ରେସ ନେତାମାନେ ଏକାଠି ହୋଇଛନ୍ତି।
ନିରଞ୍ଜନଙ୍କୁ ହଟାଇ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ପିସିସି ସଭାପତି କରିବା ପାଇଁ ନେତାମାନେ ଦାବି କରଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ନିଷ୍ପତ୍ତି: ଭିଜିଲାନ୍ସରେ ୪୮ନୂଆ ପଦବୀ, ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧି
ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ଭିଜିଲାନ୍ସରେ ୮ଟି ଅତିରିକ୍ତ ଏସପି, ୨୪ଟି ଡିଏସପି ଓ ୧୬ଟି ପୁଲିସ ସବଇନ୍ସପେକ୍ଟର ପଦବୀ ସୃଷ୍ଟି କରାଯାଇଛି ।
Miscellaneous
ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଝଲସିବ ହୀରାକୁଦ, ସାତକୋଶିଆ ଓ ବୌଦ୍ଧ ସର୍କିଟ
ରାଜ୍ୟ ପର୍ଯ୍ୟଟନ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ଅଧିକ ପର୍ଯ୍ୟଟନସ୍ଥଳୀକୁ ବିଶ୍ୱର ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ କରିବା ପାଇଁ ପଦକ୍ଷେପ ନେବାକୁ ମୋହନ ମାଝୀ ସରକାର ନିଷ୍ପତ୍ତି ନେଇଛନ୍ତି ।
Jobs
ନିଯୁକ୍ତି ଆୟୋଗ ଅଧ୍ୟକ୍ଷମାନଙ୍କ ସହ ବୈଠକ: ସରକାରଙ୍କ ଟାର୍ଗେଟ୍ ୫ ବର୍ଷରେ ଦେଢ଼ଲକ୍ଷ ପଦବୀ ପୂରଣ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେବା ସହ ଅତ୍ୟାବଶ୍ୟକ ସେବା ଯୋଗାଉଥିବା ବିଭାଗଗୁଡ଼ିକ ଯଥା- ସ୍ୱାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗରେ ଖାଲି ପଡ଼ିଥିବା ପଦବୀଗୁଡ଼ିକୁ ଯଥାଶୀଘ୍ର ପୂରଣ ପାଇଁ ପରାମର୍ଶ ଦେଇଛନ୍ତି।
Miscellaneous
୧୫ ସୁଦ୍ଧା ସରିବ ରାସନକାର୍ଡ ଇ-କେୱାଇସି ଯାଂଚ: ରାଜ୍ୟ ବାହାରକୁ ଯାଉଛନ୍ତି ସରକାରୀ କର୍ମଚାରୀ
ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ରାସନକାର୍ଡ ଇ-କେୱାଇସି ଯାଂଚ ପ୍ରକ୍ରିୟା ୮୫ ପ୍ରତିଶତ ଶେଷ ହୋଇସାରିଲାଣି । ଏପର୍ଯ୍ୟନ୍ତ ଆଉ ପ୍ରାୟ ୫୦ଲକ୍ଷ ବ୍ୟକ୍ତିଙ୍କ ଇ-କେୱାଇସି ଯାଂଚ ବାକି ରହିଛି ।
Health
ଆୟୁଷ୍ମାନ ଭାରତରେ କାହାକୁ କେତେ ଟଙ୍କାର ବୀମା ମିଳିବ?
ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ ଭାରତ ମିଶ୍ରଣରେ ଏହି ସୁବିଧା ମିଳିବ। ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ ହେବ