ନାମାଙ୍କନ ପତ୍ର ଦାଖଲ କଲେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର ଓ ମମତା ମହନ୍ତ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବିଧାନସଭାରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ସେମାନେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲର ଶେଷ ଦିନରେ ସେମାନେ ଦଳୀୟ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଅନ୍ୟ ବିଧାୟକଙ୍କ ଉପସ୍ଥିତିରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବିଜେଡ଼ି ପକ୍ଷରୁ ଶନିବାର ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର ଓ […]

rajya-sabha--1

Niharika Rout
  • Published: Wednesday, 11 March 2020
  • , Updated: 11 March 2020, 12:01 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର ଓ ମମତା ମହନ୍ତ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବିଧାନସଭାରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ସେମାନେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲର ଶେଷ ଦିନରେ ସେମାନେ ଦଳୀୟ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଅନ୍ୟ ବିଧାୟକଙ୍କ ଉପସ୍ଥିତିରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ବିଜେଡ଼ି ପକ୍ଷରୁ ଶନିବାର ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର ଓ ମମତା ମହାନ୍ତଙ୍କ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା। ସଂଖ୍ୟା ଦୃଷ୍ଟିରୁ ବିଜେଡି ୩ଟି ଆସନ ନେବା ଏକପ୍ରକାର ସୁନିଶ୍ଚିତ। ବିଜେଡି ପ୍ରାର୍ଥୀଙ୍କୁ କଂଗ୍ରେସ ସମର୍ଥନ କରିବ କି ନାହିଁ ସ୍ପଷ୍ଟ ହୋଇ ନ ଥିବା ବେଳେ ବିଜେପି ମଧ୍ୟ ପ୍ରାର୍ଥୀ ଦେବ କି ନାହିଁ ଘୋଷଣା କରିନାହିଁ।  ବିଜେପି ବିଧାୟକ ତଥା ବିଧାନସଭା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କହିଛନ୍ତି ଯେ ସଂଖ୍ୟା ନଥିବାରୁ ତାଙ୍କ ଦଳ ପ୍ରାର୍ଥୀ ଦେବ ନାହିଁ। ଅବଶ୍ୟ ଦଳ ଏ ଉପରେ ନିଷ୍ପତ୍ତି ନେବ ବୋଲି ସେ କହିଛନ୍ତି। ତେଣୁ ମୋଟାମୋଟି ସ୍ଥିତିକୁ ଦେଖିଲେ ଲାଗୁଛି ଚତୁର୍ଥ ଆସନ ମଧ୍ୟ ବିଜେଡି ଖାତାକୁ ଯିବାର ସମ୍ଭାବନା ଅଧିକ।

Related story