ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି। ମୋଟ ୯୭, ୭୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୭୦,୭୦୬ ପାସ୍ କରିଛନ୍ତି। ତେବେ ୯ଟି କଲେଜର ପରୀକ୍ଷା ଫଳ ‘ଶୂନ’ ହୋଇଛି। ଅର୍ଥାତ୍ ଏହି ସବୁ କଲେଜ୍ ଗୁଡ଼ିକରେ କୌଣସି ପରୀକ୍ଷାର୍ଥୀ ପାସ୍ କରି ନାହାନ୍ତି।
ଏ ନେଇ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ଏହି ସବୁ କଲେଜ୍ ଗୁଡ଼ିକର କୌଣସି ଛାତ୍ରଛାତ୍ରୀ କାହିଁକି ପାସ୍ କରିପାରିଲେ ନାହିଁ, ସେ ନେଇ ଅନୁଧ୍ୟାନ କରାଯିବ। ତା’ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
୨୯ଟି କଲେଜରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି। ଅର୍ଥାତ୍ ଏ ସବୁ କଲେଜ୍ରେ ସବୁ ପରୀକ୍ଷାର୍ଥୀ ପାସ୍ କରିଛନ୍ତି। ସେହିପରି ୬୦ ଜଣ ଛାତ୍ରଛାତ୍ରୀ ୯୦% ବା ତା’ଠୁ ଅଧିକ ନମ୍ବର ରଖିଛନ୍ତି। ଗତଥର ୪୧ ଜଣ ଛାତ୍ରଛାତ୍ରୀ ୯୦% ବା ତା’ଠୁ ଅଧିକ ନମ୍ବର ରଖିଥିଲେ।
ବାଲେଶ୍ୱର ଜିଲ୍ଲାରେ ସବୁଠୁ ଭଲ ରେଜଲ୍ଟ ହୋଇଛି। ଏଠାରେ ୮୬.୫୬% ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ଅନ୍ୟପକ୍ଷରେ ଗଜପତି ଜିଲ୍ଲାରେ ସର୍ବନିମ୍ନ ୩୬.୨୦% ପିଲା ପାସ୍ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।