ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ନାମାଙ୍କନର ଶେଷ ତାରିଖ ଜୁନ୍ ୨୫ ରହିଛି। ଆବଶ୍ୟକ ପଡ଼ିଲେ ଜୁଲାଇ ୫ରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଭୋଟ୍ ଗ୍ରହଣ ହେବ।
ବର୍ତ୍ତମାନ ଓଡ଼ିଶାର ୪ଟି ରାଜ୍ୟସଭା ଆସନ ଖାଲି ରହିଛି। ସୌମ୍ୟରଂଜନ ପଟ୍ଟନାୟକ, ଅଚ୍ୟୁତ ସାମନ୍ତ, ଅନୁଭବ ମହାନ୍ତି ପୂର୍ବରୁ ଇସ୍ତଫା ଦେଇଥିବାବେଳେ କିଛି ଦିନ ତଳେ ପ୍ରତାପ ଦେବ ମଧ୍ୟ ରାଜ୍ୟସଭା ସିଟ୍ ଛାଡ଼ିଛନ୍ତି। ତେବେ ଅନୁଭବଙ୍କ କାର୍ଯ୍ୟକାଳ ୧ ବର୍ଷରୁ କମ୍ ଥିବାରୁ ଏବେ କେବଳ ସୌମ୍ୟରଞ୍ଜନ, ଅଚ୍ୟୁତ ଓ ପ୍ରତାପ ଦେବଙ୍କ ଖାଲି ପଡ଼ିଥିବା ଆସନ ପାଇଁ ଉପନିର୍ବାଚନ ହେବ।
ପ୍ରତାପ ଦେବଙ୍କ କାର୍ଯ୍ୟକାଳ ଆଉ ୩ ବର୍ଷ ବାକି ଥିବା ବେଳେ ସୌମ୍ୟ ଓ ଅଚ୍ୟୁତଙ୍କର ପାଞ୍ଚ ବର୍ଷ ବାକି ଥିଲା। ନାମାଙ୍କନ ଦାଖଲର ଶେଷ ତାରିଖ ୨୫ ପୂର୍ବରୁ ବିଜେଡି ସୁପ୍ରିମୋ ପ୍ରାର୍ଥୀ ଘୋଷଣା କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।