ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଏପ୍ରିଲ୍ ୨୯ ତାରିଖରେ ହେବାକୁ ଥିବା ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ବିଧାନସଭା ଆସନରେ ମତଦାନ ହେବ। […]

election

Jitendra Garnayak
  • Published: Tuesday, 02 April 2019
  • , Updated: 02 April 2019, 10:20 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଏପ୍ରିଲ୍ ୨୯ ତାରିଖରେ ହେବାକୁ ଥିବା ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।

ଏହି ପର୍ଯ୍ୟାୟରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ବିଧାନସଭା ଆସନରେ ମତଦାନ ହେବ।

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ଦିନ ହେଉଛି ଏପ୍ରିଲ ୯ ତାରିଖ। ୧୦ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ସେହିଭଳି ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ନେବାର ଶେଷ ଦିନ ହେଉଛି ଏପ୍ରିଲ୍ ୧୨ ତାରିଖ।

ଏହି ପର୍ଯ୍ୟାୟରେ ସବୁ ସ୍ଥାନରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ।

Related story