ପୌର ନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାହାରିଲା ନିର୍ବାଚନ ବିଜ୍ଞପ୍ତି । ପୌର ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ସ୍ଥାନୀୟ ନିର୍ବାଚନ ଅଧିକାରୀମାନେ ଜାରି କରିଛନ୍ତି ବିଜ୍ଞପ୍ତି । ମୋଟ ୧୦୬ ପୌରପାଳିକା ସଂସ୍ଥା ଓ ୩ ମହାନଗର ନିଗମ ପକ୍ଷରୁ ଏହି ବିଜ୍ଞପ୍ତି ଜାରି ହୋଇଛି। ୧୦୬ ପୌରପାଳିକା ସଂସ୍ଥା ମଧ୍ୟରେ ୫୯ ଏନଏସି  ଓ ୪୭ ପୌର ପରିଷଦ ରହିଛି। ତେଣୁ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଆଜି ସ୍ଥାନୀୟ ନିର୍ବାଚନ ଅଧିକାରୀମାନେ ପୌର ନିର୍ବାଚନ ପାଇଁ ବିଜ୍ଞପ୍ତି […]

notification

Niharika Rout
  • Published: Monday, 28 February 2022
  • , Updated: 28 February 2022, 01:25 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାହାରିଲା ନିର୍ବାଚନ ବିଜ୍ଞପ୍ତି । ପୌର ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ସ୍ଥାନୀୟ ନିର୍ବାଚନ ଅଧିକାରୀମାନେ ଜାରି କରିଛନ୍ତି ବିଜ୍ଞପ୍ତି ।

ମୋଟ ୧୦୬ ପୌରପାଳିକା ସଂସ୍ଥା ଓ ୩ ମହାନଗର ନିଗମ ପକ୍ଷରୁ ଏହି ବିଜ୍ଞପ୍ତି ଜାରି ହୋଇଛି। ୧୦୬ ପୌରପାଳିକା ସଂସ୍ଥା ମଧ୍ୟରେ ୫୯ ଏନଏସି  ଓ ୪୭ ପୌର ପରିଷଦ ରହିଛି। ତେଣୁ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଆଜି ସ୍ଥାନୀୟ ନିର୍ବାଚନ ଅଧିକାରୀମାନେ ପୌର ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି।

ମାର୍ଚ୍ଚ ୨ ତାରିଖରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାବେଳେ ୭ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। ୯ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ଅନୁଷ୍ଠିତ ହେବ ଏବଂ ୨୬ ତାରିଖରେ ଫଳାଫଳ ପ୍ରକାଶ ପାଇବ। ଗତ ୨୫ ତାରିଖରୁ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା ସହ ଭୋଟ ହେବାକୁ ଥିବା ସବୁ ପୌରାଂଚଳରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ଯାହାକି ମାର୍ଚ୍ଚ ୨୬ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ ।

ଆସନ୍ତା ମାର୍ଚ୍ଚ ୨୪ତାରିଖରେ ରାଜ୍ୟର ୧୦୬ଟି ପୌର ପରିଷଦ ଓ ଏନଏସି ଏବଂ ୩ଟି ମହାନଗର ନିଗମରେ ପ୍ରାୟ ୪୧ଲକ୍ଷ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ । କେବଳ ପୁରୀ ପୌର ପରିଷଦ ଏବଂ ଭଦ୍ରକ ପୌର ପରିଷଦର ୪ ନମ୍ବର ୱାର୍ଡରେ ନିର୍ବାଚନକୁ ନେଇ ମାମଲା କୋର୍ଟରେ ଥିବାରୁୁ ସେଠାରେ ନିର୍ବାଚନ ହେବ ନାହିଁ । ଏହି ପୌର ନିର୍ବାଚନ ସମଗ୍ର ରାଜ୍ୟରେ ଗୋଟିଏ ଦିନରେ ହେବ ଓ ଭୋଟ ଗଣତି ମାର୍ଚ୍ଚ ୨୬ତାରିଖରେ ହେବ । ଚଳିତଥର ପୌର ପରିଷଦ ଓ ଏନଏସି ଅଧ୍ୟକ୍ଷ ପଦବୀ ଓ ମହାନଗର ନିଗମରେ ମେୟର ପଦବୀ ପାଇଁ ସିଧାସଳଖ ନିର୍ବାଚନ ହେବ । ୨୦୧୮ ମସିହାରୁ ଅଧିକାଂଶ ପୌର ସଂସ୍ଥାର କାର୍ଯ୍ୟକାଳ ଶେଷ ହୋଇସାରିଛି ।

ଏଥର ନିର୍ବାଚନରେ ଭୋଟରମାନେ ଇଭିଏମ ମାଧ୍ୟମରେ ନିଜର ମତାଧିକାର ସାବ୍ୟସ୍ତ କରିବେ । ପୌରାଂଚଳ ଓ ଏନଏସିର ଅଧ୍ୟକ୍ଷ ପଦବୀ ଓ ମହାନଗରର ମେୟର ପଦବୀ ନିମନ୍ତେ ହଳଦିଆ ବାଲାଟ ପେପର ଏବଂ କାଉନସିଲର ଓ କର୍ପୋରେଟରଙ୍କ ପାଇଁ ଗୋଲାପୀ ରଙ୍ଗର ବାଲାଟ ପେପର ଉଦ୍ଦିଷ୍ଟ ରହିବ । ଏଥର ଭୋଟର୍ ଚାହିଁଲେ, ନିଜ ପସନ୍ଦରେ ନୋଟା (ନନ୍ ଅଫ୍ ଦି ଏଭବ୍)ର ଉପଯୋଗ ମଧ୍ୟ କରିପାରିବେ।

Related story